ଆଜି ବଳରାମପୁର ଯିବେ ବିଜେପି ପ୍ରତିନିଧି ଦଳ

ଭୁବନେଶ୍ବର : ରାଜ୍ୟ ବିଜେପିର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆସନ୍ତାକାଲି ଢେଙ୍କାନାଳ ଜିଲ୍ଲାର ବଳରାମପୁର ଗସ୍ତ କରି ବିୟର ଫ୍ୟାକ୍ଟ୍ରି ପାଇଁ କଟାଯାଇଥିବା ଗଛଗୁଡ଼ିକର ସ୍ଥିତି ଅନୁଧ୍ୟାନ କରିବା ସହ ଘଟଣାର ସରଜମିନ୍ ତଦନ୍ତ କରିବେ। ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତିଙ୍କ ନେତୃତ୍ବରେ ଯାଉଥିବା ଏହି ପ୍ରତିନିଧି ଦଳରେ ବିଧାୟକ ରବି ନାଏକ, ପ୍ରଦୀପ ପୁରୋହିତ, ପୂର୍ବତନ ସାଂସଦ ରୁଦ୍ର ପାଣି, ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକ, ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ, ଲେଖାଶ୍ରୀ ସାମନ୍ତସିଂହାର, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି କୃଷ୍ଣଚନ୍ଦ୍ର ପାତ୍ର, ଜିଲ୍ଲା ସଭାପତି ବିଭୂତି ପ୍ରଧାନ ଓ ଜିଲ୍ଲା ପ୍ରଭାରୀ ନିରଞ୍ଜନ ମିଶ୍ର ପ୍ରମୁଖ ସାମିଲ ହେବେ ବୋଲି ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର