୬ରୁ ବିଜେପିର ଦୁଇଦିନିଆ ରାଜ୍ୟ କାର୍ଯ୍ୟକାରିଣୀ: ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗରେ ହେବ ଆଲୋଚନା

ଭୁବନେଶ୍ୱର : ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ମାର୍ଚ୍ଚ ୬ ଓ ୭ ତାରିଖରେ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ପ୍ରଥମ ଦିନ ପଦାଧିକାରୀ ଓ ଦ୍ବିତୀୟ ଦିନ କାର୍ଯ୍ୟକାରିଣୀ ବୈଠକ ହେବ। ଏହି ବୈଠକରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଓ ସହ ପ୍ରଭାରୀ ବିଜୟ ପାଲ ସିଂହ ତୋମାରଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ଯୋଗ ଦେବେ।

ଏହି ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକରେ ଚାଷୀ ସମସ୍ୟା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ସୀମା ବିବାଦ, ବିପର୍ଯ୍ୟସ୍ତ ଶିକ୍ଷା ଓ ସ୍ୱାସ୍ଥ୍ୟ ବ୍ୟବସ୍ଥା, କେନ୍ଦ୍ରୀୟ ଯୋଜନା ଘୋଟାଲା, ମହିଳା ସୁରକ୍ଷା, ବେରୋଜଗାର ଆଦି ପ୍ରସଙ୍ଗଗୁଡ଼ିକ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯିବା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର