ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ୨୯ରେ

ଭୁବନେଶ୍ୱର : ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୯ ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବସିବ। ଏହାପୂର୍ବରୁ ୨୮ତାରିଖରେ ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀଙ୍କ ବୈଠକ ବସିବ। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହିଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟ ସହ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚାର ସଭାପତିମାନେ ଯୋଗଦେବେ। ଜୁନ୍‌ ୨୯ରେ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକ ଫୁଲନଖରା ନିକଟସ୍ଥ କୁରାଙ୍ଗସ୍ଥିତ ‘ମୀରା କୋର୍ଟୟାର୍ଡ’ଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର