ଜଗତସିଂହପୁର: ଜଗତସିଂହପୁର ସହର ବଡ଼ବାଗରେ ଆଜି ରାତିରେ ଭୟଙ୍କର ବାଣ ବିସ୍ଫୋରଣ ଘଟି ଜଣେ ବ୍ୟକ୍ତିଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ବିସ୍ଫୋରଣରେ ଘରର ଛାତ ସମ୍ପୂର୍ଣ୍ଣ ଉଡ଼ିଯାଇଛି। ଭୁଶୁଡ଼ି ପଡ଼ିଥିବା ଛାତ ତଳେ ପରିବାରର ୩ ଜଣ ଚାପି ହୋଇ ଯାଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କୁ ଉଦ୍ଧାର କରାଯାଇ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଉ ଜଣେ ଛାତ ତଳେ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି।
ଜଗତସିଂହପୁରରେ ଘର ଛାତ ଉଡ଼ିଲା, ଜଣେ ମୃତ
୨ଜଣ ଉଦ୍ଧାର, ଜଣେ ଚାପି ହୋଇଥିବା ସନ୍ଦେହ
ସୂଚନା ଅନୁଯାୟୀ, ବଡ଼ବାଗର ସୁଶୀଲ କୁମାର ଦାସ ବାଣ ଭିଡ଼ନ୍ତି। ଆଜି ରାତି ପ୍ରାୟ ସାଢ଼େ ୧୦ଟା ସମୟରେ ହଠାତ୍ ବାଣ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ପ୍ରାୟ ୧ କିମି ଦୂର ପର୍ଯ୍ୟନ୍ତ ସାରା ସହର ଥରି ଉଠିଥିଲା। ବିସ୍ଫୋରଣରେ ଘର ଛାତ ଭୁଶୁଡ଼ି ପଡ଼ିଥିଲା। ଘର ଭିତରେ ଥିବା ସୁଶୀଲଙ୍କ ବଡ଼ପୁଅ ରାଜେଶ କୁମାର ଦାସଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ରାଜେଶଙ୍କ ପତ୍ନୀ, ମଝିଆ ପୁଅ ପରେଶ କୁମାର ଦାସ ଓ ତାଙ୍କ ପତ୍ନୀ ଛାତ ତଳେ ଚାପି ହୋଇ ରହିଥିଲେ। ଖବର ପାଇ ଅଗ୍ନିଶମ ବାହିନୀ, ଓଡ୍ରାଫ୍, ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପରେଶ ଦାସ ଓ ତାଙ୍କ ପତ୍ନୀଙ୍କୁ ଉଦ୍ଧାର କରି ପ୍ରଥମେ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଏସ୍ପି ଭବାନୀ ଶଙ୍କର ଉଦ୍ଗାତା, ଏସ୍ଡିପିଓ, ଆଇଆଇସି ପହଞ୍ଚିଛନ୍ତି। ଛାତ ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବାରୁ ରାତିରେ ଉଦ୍ଧାର କାର୍ଯ୍ୟରେ ସମସ୍ୟା ହେଉଥିବା ପୁଲିସ ସୂଚନା ଦେଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/26/2025-12-26t132446534z-whatsapp-image-2025-12-26-at-65430-pm-2025-12-26-18-54-47.jpeg)
/sambad/media/media_files/2025/01/04/PiyUsYAoYBEfcqKuIwuG.jpg)