ସ୍ୱେଚ୍ଛା ରକ୍ତଦାନ କ୍ଷେତ୍ରରେ ‘ଆମ ଓଡ଼ିଶା’ର ଅଭୂତପୂର୍ବ ସଫଳତା : ୧୪ବର୍ଷରେ ୧୧୭୨୫ଶିବିର, ୫.୯୫ଲକ୍ଷ ୟୁନିଟ୍‌ ରକ୍ତ ସଂଗ୍ରହ

୨୦୧୯ରେ ପୁଣି ରେକର୍ଡ କଲା ‘ଆମ ଓଡ଼ିଶା’, ବାତ୍ୟା, ସାଧାରଣ ନିର୍ବାଚନ ବାଧକ ସାଜିଲାନି, ୧୩୨୮ଶିବିରରୁ ୬୮୬୫୮ୟୁନିଟ ରକ୍ତ ସଂଗ୍ରହ

ଭୁବନେଶ୍ବର : ସ୍ବେଚ୍ଛାକୃତ ରକ୍ତଦାନ କ୍ଷେତ୍ରରେ ଆମ ଓଡ଼ିଶା ପ୍ରତିବର୍ଷ ରେକର୍ଡ ସୃଷ୍ଟି କରିଚାଲିଛି। ନିଜ ରେକର୍ଡକୁ ନିଜେ ଭାଙ୍ଗୁଛି। ଚଳିତବର୍ଷ ପ୍ରଥମାର୍ଦ୍ଧରେ ସାଧାରଣ ନିର୍ବାଚନ ଓ ବାତ୍ୟା ଫନି ଯୋଗୁଁ ରକ୍ତଦାନ କାର୍ଯ୍ୟକ୍ରମ ବାଧାପ୍ରାପ୍ତ ହୋଇଥିଲେ ହେଁ ବର୍ଷ ଶେଷକୁ ଆମ ଓଡ଼ିଶାର ଅଭିଯାନ କିନ୍ତୁ ରେକର୍ଡ ଭାଙ୍ଗିଛି। ପୂର୍ବବର୍ଷ ଗୁଡ଼ିକରେ ଯେତିକି ଲୋକ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ ଏଥର ତା’ଠାରୁ ଅଧିକ ଲୋକ ଏହି ଅଭିଯାନରେ ସାମିଲ୍‌ ହୋଇଛନ୍ତି। ଫଳରେ ଆମ ଓଡ଼ିଶା ବିରଳ କୀର୍ତ୍ତିମାନ ସ୍ଥାପନ କରିଛି। ଘଟଣାବହୁଳ ୨୦୧୯ରେ ରାଜ୍ୟରେ ୧୩୨୮ଟି ରକ୍ତଦାନ ଶିବିର ଆୟୋଜନ କରାଯାଇଥିବାବେଳେ ଏଥିରୁ ୬୮,୬୫୮ୟୁନିଟ ରକ୍ତ ସଂଗ୍ରହ ହୋଇଛି। ୨୦୦୬ ମସିହାରୁ ଆରମ୍ଭ ହୋଇଥିବା ଏହି ଅଭିଯାନରେ ଗତ ୧୪ ବର୍ଷରେ ୧୧,୨୫୭ଟି ଶିବିର ଆୟୋଜିତ ହୋଇଛି। ଏଥିରୁ ୫ଲକ୍ଷ ୯୫ହଜାର ୭୩୩ ୟୁନିଟ ରକ୍ତ ସଂଗ୍ରହ ହୋଇଛି।

୨୦୧୯ ବର୍ଷରେ ‘ଆମ ଓଡ଼ିଶା’ ଅଭୂତପୂର୍ବ ସଫଳତା ହାସଲ କରିଛି। ଏହି ବର୍ଷ ୧୩୨୮ଟି ଶିବିରରୁ ୬୮,୬୫୮ୟୁନିଟ ରକ୍ତ ସଂଗ୍ରହ ହୋଇଛି। ଯାହା ୧୪ବର୍ଷ ମଧ୍ୟରେ ସର୍ବକାଳୀନ ରେକର୍ଡ। ରାଜ୍ୟର ୩୦ଟି ଜିଲ୍ଲାକୁ ୯ଟି ଜୋନ୍‌ରେ ବିଭକ୍ତ କରି ଏହି ରକ୍ତଦାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ବାଲେଶ୍ବର ଜୋନ୍‌ରେ ସର୍ବାଧିକ ୧୪୯୦୦ ୟୁନିଟ୍‌ ସ˚ଗୃହୀତ ହୋଇଥିବାବେଳେ କଟକ ଜୋନ୍‌ରେ ୧୨୫୦୬, ସମ୍ବଲପୁର ଜୋନ୍‌ରେ ୧୧୩୬୧, ବ୍ରହ୍ମପୁର ଜୋନ୍‌ରେ ୭୦୦୧, ଭୁବନେଶ୍ବର ଜୋନ୍‌ରେ ୭୧୬୭, ଅନୁଗୁଳ ଜୋନ୍‌ରେ ୬୯୦୪, ଜୟପୁର ଜୋନ୍‌ରେ ୪୧୮୦, ଯାଜପୁର ଜୋନ୍‌ରେ ୩୦୮୪ ଏବଂ ରାଉରକେଲା ଜୋନ୍‌ରେ ୧୫୫୫ ୟୁନିଟ୍‌ ରକ୍ତ ସ˚ଗ୍ରହ ହୋଇଥିଲା। ବାଲେଶ୍ବର ଜିଲ୍ଲା ୭୨୪୮ୟୁନିଟ ରକ୍ତ ସଂଗ୍ରହ କରି ଜିଲ୍ଲାମାନଙ୍କ ମଧ୍ୟରେ ସର୍ବାଗ୍ରେ ରହିଛି।

ଓଡ଼ିଶାରେ ସର୍ବାଧିକ ଏକଦିିବସୀୟ ରକ୍ତସ˚ଗ୍ରହ କ୍ଷେତ୍ରରେ ‘ଆମ ଓଡ଼ିଶା’କୁ ଆଉ ଏକ ବଡ଼ ସଫଳତା ମିଳିଛି। ୨୦୧୯, ଅଗଷ୍ଟ ୧୮ରେ ଯୁବ ସ୍ବାଭିମାନ ଦିବସ ପାଳନ ଅବସରରେ ମୋଟ ୬୭ଟି ରକ୍ତଦାନ ଶିବିରରୁ ୫୪୬୧ ୟୁନିଟ୍‌ ସ˚ଗ୍ରହ ହେଲା।

ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ରକ୍ତର ଅଭାବକୁ ଦୃଷ୍ଟିରେ ରଖି ୨୦୦୬ ମସିହାରେ ‘ଆମ ଓଡ଼ିଶା’ ପକ୍ଷରୁ ପ୍ରଥମ ଥର ପାଇଁ ଏକ ସପ୍ତାହବ୍ୟାପୀ ସ୍ବେଚ୍ଛାକୃତ ରକ୍ତଦାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସେହି ବର୍ଷ ଅକ୍ଟୋବର ୨୫ରୁ ୩୧ ତାରିଖ ମଧୢରେ ୧୮୧ ଟି ଶିବିରରୁ ମୋଟ୍‌ ୯୨୫୦ ୟୁନିଟ୍‌ ରକ୍ତ ସ˚ଗୃହୀତ ହୋଇଥିଲା। ‘ରକ୍ତ ଅଭାବରୁ ଆମ ରାଜ୍ୟରେ କାହାରିକୁ ମରିବାକୁ ଦେବା ନାହିଁ’ ଲକ୍ଷ୍ୟ ନେଇ ଏହାକୁ ଏକ ନିୟମିତ କାର୍ଯ୍ୟକ୍ରମରେ ପରିଣତ କରାଗଲା। ଏଥିରେ ୨୦୦୭ରେ ୩୧୧ଟି ଶିବିରରୁ ୧୫୫୫୭ ୟୁନିଟ୍‌, ୨୦୦୮ରେ ୩୬୫ଟି ଶିବିରରୁ ୧୭୭୫୦, ୨୦୦୯ରେ ୪୭୪ଟି ଶିବିରରୁ ୨୫୨୭୩ ୟୁନିଟ୍‌ ରକ୍ତ ସ˚ଗୃହୀତ ହୋଇଥିଲା। ୨୦୧୦ରେ ପ୍ରଥମଥର ପାଇଁ ୫୦୦ରୁ ଅଧିକ ଶିବିର ଆୟୋଜନ ହୋଇଥିଲା। ଏହି ବର୍ଷ ୫୦୯ଟି ଶିବିରରୁ ୨୭୩୦୦ ୟୁନିଟ୍‌ ରକ୍ତ ସ˚ଗୃହୀତ ହୋଇଥିଲା। ସେହିପରି ୨୦୧୧ରେ ୮୦୨ଟି ଶିବିରରୁ ୪୮୦୬୧ ୟୁନିଟ୍‌, ୨୦୧୨ରେ ୮୨୮ଟି ଶିବିରରୁ ୪୫୦୨୬ ୟୁନିଟ୍‌ ରକ୍ତ ସ˚ଗୃହୀତ ହୋଇଥିଲା। ୨୦୧୩ ମସିହରେ ‘ଆମ ଓଡ଼ିଶା’ ୧୦୦୦ରୁ ଅଧିକ ଶିବିର ଆୟୋଜନ କରି ୫୦,୦୦୦ୟୁନିଟ୍‌ରୁ ଅଧିକ ରକ୍ତ ସ˚ଗ୍ରହ କରି ଦୁଇଟି ନୂଆ ରେକର୍ଡ ସ୍ଥାପନ କରିଥିଲା। ୨୦୧୩ ମସିହାରେ ୧୦୦୪ ଶିବିରରୁ ୫୨୭୯୫ ୟୁନିଟ୍‌ ସ˚ଗୃହୀତ ହୋଇଥିବାବେଳେ ୨୦୧୪ରେ ୧୦୨୬ଟି ଶିବିରରୁ ୫୨,୬୪୫ ୟୁନିଟ୍‌ ଓ ୨୦୧୬ ରେ ୧୨୨୨ଟି ଶିବିରରୁ ୫୭,୩୩୭ ୟୁନିଟ୍‌ ରକ୍ତ ସ˚ଗ୍ରହ ହୋଇଥିଲା। ୨୦୧୭ରେ ୧୪୪୪ଟି ଶିବିରରୁ ୬୫୪୪୯ୟୁନିଟ, ୨୦୧୮ରେ ୧୩୪୦ଟି ଶିବିରରୁ ୬୮୩୭୨ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା।

ଓଡ଼ିଶାର ସମସ୍ତ ୩୧୪ଟି ବ୍ଲକ୍‌, ପୌରାଞ୍ଚଳ ଓ ସହରାଞ୍ଚଳରେ ଶିବିର ଆୟୋଜନ କରି ‘ଆମ ଓଡ଼ିଶା’ ଏହି କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚାଇଛି। ସାରା ଓଡ଼ିଶାର ସହରାଞ୍ଚଳ ଓ ପୁରପଲ୍ଲୀରେ ‘ଆମ ଓଡ଼ିଶା’ର ଏହି ଜନକଲ୍ୟାଣ କାର୍ଯ୍ୟକ୍ରମକୁ ଅକୁଣ୍ଠ ଶ୍ରଦ୍ଧା ଓ ସମର୍ଥନ ମଳିଛି, ତଥା ରାଜ୍ୟର କୋଣ ଅନୁକୋଣରୁ ଅଗଣିତ ରକ୍ତଦାତା ଓ ସହଯୋଗୀ ଅନୁଷ୍ଠାନ ଏହି କାର୍ଯ୍ୟକ୍ରମକୁ ସଫଳ କରାଇବା ପାଇଁ ଆଗେଇ ଆସିଛନ୍ତି। ଏହି ଅବସରରେ ‘ଆମ ଓଡ଼ିଶା’ର ଅଧୢକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ ‘ଆମ ଓଡ଼ିଶା’ର ସମସ୍ତ ସଦସ୍ୟା ସଦସ୍ୟ, ସ୍ବେଚ୍ଛାସେବୀ, ସହଯୋଗୀ ଅନୁଷ୍ଠାନ, ପୃଷ୍ଠପୋଷକ, ଶୁଭେଚ୍ଛୁ ତଥା ରାଜ୍ୟର ଅଗଣିତ ରକ୍ତଦାତାଙ୍କୁ ନବବର୍ଷ ୨୦୨୦ର ଅଭିନନ୍ଦନ ଜଣାଇବା ସ˚ଗେ ସ˚ଗେ ହାର୍ଦ୍ଦିକ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି।

ସମ୍ବନ୍ଧିତ ଖବର