ପୁରୁଷୋତ୍ତମପୁର : ଆମ ପୁଲିସ ସମିତି ଓ ସମ୍ବାଦ-ଆମ ଓଡ଼ିଶାର ମିଳିତ ସହଯୋଗରେ ଆଜି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୨୬୫ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା। ଦକ୍ଷିଣାଞ୍ଚଳ ଡିଆଇଜି ଆଶିଷ କୁମାର ସିଂହ ମୁଖ୍ୟ ଅତିଥିଭାବେ ଯୋଗଦେଇ ଶିବିରକୁ ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ, ବ୍ରହ୍ମପୁର ଏସ୍ପି ପିନାକ ମିଶ୍ର, ଛତ୍ରପୁର ଏସ୍.ପି. ବ୍ରିଜେଶ କୁମାର ରାଓ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ।
୨୬୫ ୟୁନିଟ୍ ରକ୍ତ ସଂଗୃହୀତ
Advertisment
Follow Us