ଭବାନୀପାଟଣା : ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର

ଭବାନୀପାଟଣା : ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ କ୍ରମେ ସପ୍ତାହବ୍ୟାପି ରକ୍ତଦାନ କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ଆଜି ଓଡିଶା ମୋ ପରିବାରର ରାଜ୍ୟ ଆବାହକ ଅରୂପ ପଟ୍ଟନାୟକ ଶିବିରକୁ ଉଦଘାଟନ କରିଥିଲେ । ଆଜିର ଏହି ରକ୍ତଦାନ କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର, ବିଜେଡି ଜିଲ୍ଲା ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ, ନର୍ଲା ବିଧାୟକ ଭୂପିନ୍ଦର ସିଂ, ଧର୍ମଗଡ଼ ବିଧାୟକ ମୌଶଦ୍ଧି ବାଗ୍, ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାୟକ ତଥା ଜିଲ୍ଲାର ବରିଷ୍ଠ ନେତୃମଣ୍ଡଳୀ ଯୋଗଦାନ କରି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁର ଜିଲ୍ଲା ସଂଯୋଜକ ପ୍ରଦୀପ କୁମାର ଦାସ ଏବଂ ସହ ସଂଯୋଜକ ରବି ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ସମ୍ବନ୍ଧିତ ଖବର