ଭୁବନେଶ୍ବର: ରାଜ୍ୟ ରାଜଧାନୀରେ ବଢ଼ୁଛି କରୋନା ସଂକ୍ରମଣ। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆଜି ୧୪ଶହ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ଘଣ୍ଟ‌ାରେ ଭୁବନେଶ୍ବରରେ ୧୪୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ରାଜଧାନୀବାସୀଙ୍କ ଚିନ୍ତା ବଢ଼ାଇଛି। ଆଜି  ଗତ ୨୪ ଘଣ୍ଟା ମଧ୍ୟରେ ୧୪୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Advertisment