ସେପ୍ଟେମ୍ବରରୁ ବିଏମସି କୁକୁର ଗଣିବ

ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ବିଏମସି ପକ୍ଷରୁ କୁକୁର ଗଣନା ଆରମ୍ଭ ହେବ। ଭୋର ସମୟରେ ଗଣନା କରାଯିବ। ଏହି ସମୟରେ ଚାରିଆଡେ ଶୁନଶାନ ଥିବାରୁ କୁକୁରମାନେ ରାସ୍ତା ଉପରେ ମେଳି ହୋଇଥାନ୍ତି। ତେଣୁ ଏହି ସମୟରେ ସହଜରେ ଗଣନା କରାଯାଇପାରିବ...

BMC to count dogs from September

BMC to count dogs from September Photograph: (sambad.in)

ଭୁବନେଶ୍ବର: ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ  ବିଏମସି ପକ୍ଷରୁ କୁକୁର ଗଣନା ଆରମ୍ଭ ହେବ। ଭୋର ସମୟରେ ଗଣନା କରାଯିବ। ଏହି ସମୟରେ ଚାରିଆଡେ ଶୁନଶାନ ଥିବାରୁ କୁକୁରମାନେ ରାସ୍ତା ଉପରେ ମେଳି ହୋଇଥାନ୍ତି। ତେଣୁ ଏହି ସମୟରେ ସହଜରେ ଗଣନା କରାଯାଇପାରିବ ବୋଲି ବିଏମସି ବିଏମସି କମିସନର ଚଞ୍ଚଳ ରାଣା କହିଛନ୍ତି।

ସ୍ଵଛସାଥୀ, ସଫେଇ କର୍ମୀଙ୍କ ସହ ବିଏମସି ଅଧିକାରୀମାନେ ମଧ୍ୟ କୁକୁର ଗଣନା କାର୍ଯ୍ୟରେ ସାମିଲ ହେବେ। ଗଣନା ପୂର୍ବରୁ ସ୍ୱତନ୍ତ୍ର ପ୍ରଶିକ୍ଷଣ ଦିଆଯିବ। ସପ୍ତାହେ ରୁ ୧୦ ଦିନ ମଧ୍ୟରେ ଭୁବନେଶ୍ୱରରେ ଏହି ଗଣନା ଶେଷ ହେବ।

ଭେଟେନାରୀ ଡାକ୍ତରଙ୍କ ପରାମର୍ଶ ନେଇ ପ୍ରତି ୱାର୍ଡରେ ଏକକାଳୀନ ଗଣନା ଆରମ୍ଭ ହେବ। ପ୍ରତି ୱାର୍ଡ ପାଇଁ ୩ ରୁ ୪ ଜଣ ଅଧିକାରୀ କୁକୁର ଗଣନା କାର୍ଯ୍ୟରେ ନିୟୋଜିତ ହେବେ। ଏହି ଗଣନା ପରେ କେଉଁ ଅଞ୍ଚଳରେ କେତେ କୁକୁର ଅଛନ୍ତି ଜଣାପଡ଼ିବ। ପୂର୍ବରୁ ଭୁବନେଶ୍ୱରରେ ଜନସଂଖ୍ୟା ଅନୁସାରେ କୁକୁର ସଂଖ୍ୟା ଅନୁମାନ କରାଯାଇଥିଲା। ଏହି ହିସାବରେ ଭୁବନେଶ୍ୱରରେ ୪୦ରୁ ୪୫ ହଜାର କୁକୁର ଥିବା ଅନୁମାନ କରାଯାଉଛି। ତେବେ ଏହି ଗଣନା ପରେ ସହରରେ କେତେ କୁକୁର ଅଛନ୍ତି ତାର ପ୍ରକୃତ ତଥ୍ୟ ଜଣାପଡ଼ିବ ବୋଲି ବିଏମସି କମିସନର କହିଛନ୍ତି।

Bhubaneswar Municipal Corporation (BMC)

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe