ବିଜେପିର ଡାକରାରେ ୧୨ ଘଣ୍ଟିଆ ବଲାଙ୍ଗୀର ଜିଲ୍ଲା ବନ୍ଦ: ସକାଳୁ ଯାନବାହନ ଚଳାଚଳ ଓ ଦୋକାନବଜାର ବନ୍ଦ

Advertisment
ଆଜି ବଲାଙ୍ଗୀର ବନ୍ଦ ଡାକରା

Twitter

ବଲାଙ୍ଗୀର: ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା ଦେଇଛି ବିଜେପି। ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ୍ ଥିବା ନେଇ  ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି ସହ ମମିତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବିଜେପି ପକ୍ଷରୁ ଆଜି (ଗୁରୁବାର) ୧୨ ଘଣ୍ଟିଆ ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା ଦେଇଛି।

ଆଜି ସକାଳୁ ଯାନବାହନ ଚଳାଚଳ ବନ୍ଦ ରହିଥିବାର ଖବର ମିଳିଛି। ଠିକ୍ ସେହିପରି ଦୋକାନବଜାର ବନ୍ଦ ରହିଥିବାର ମଧ୍ୟ ସୂଚନା ମିଳିଛି। ଏହାଛଡ଼ା ସ୍କୁଲ, କଲେଜ ଓ ଅଫିସ୍ ସବୁ କିଛି ବନ୍ଦ କରାଯିବ ବୋଲି ଜିଲ୍ଲା ସଭାପତି ଶିବାଜୀ ମହାନ୍ତି ସୂଚନା ଦେଇଛନ୍ତି। ବିଭିନ୍ନ ସ୍ଥାନରେ ବିଜେପି କର୍ମୀମାନେ ପିକେଟିଂ କରୁଥିବାର ଖବର ମିଳିଛି।

ମମିତାଙ୍କୁ ନ୍ୟାୟ ଦିଆଯାଉ ବୋଲି ବିଜେପି ଦାବି କରିବା ସହ ଘଟଣାର ସିବିଅଆଇ ତଦନ୍ତ ଏବଂ  ତୁରନ୍ତ ମନ୍ତ୍ରୀଙ୍କୁ ବହିଷ୍କାର କରାଯାଉ ବୋଲି ଜିଲ୍ଲା ସଭାପତି କହିଛନ୍ତି। ଜରୁରୀକାଳୀନ ସେବାକୁ ଛାଡ଼ିଦେଲେ ବାକି ସବୁ ବନ୍ଦ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଅନ୍ୟପଟେ ଏସ୍ୟୁସିଆଇ (କମ୍ୟୁନିଷ୍ଟ) ବଲାଙ୍ଗୀର ଜିଲ୍ଲା ଶାଖା ପକ୍ଷରୁ ମଧ୍ୟ ବନ୍ଦ ଡାକରା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe