ପିପିଲି: ଗତକାଲି ବିଳମ୍ବିତ ରାତିରେ ବଳଙ୍ଗା ଥାନାରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଏହି ବିସ୍ଫୋରଣରେ ଥାନାର ଛାତ ଭୁଷୁଡି ପଡିବା ସହ କାନ୍ଥ ଭାଙ୍ଗି ମାଟିରେ ମିଶିଛି। ବିସ୍ଫୋରଣ ଫଳରେ ସମଗ୍ର ଅଞ୍ଚଳ ଥରି ଉଠିଥିଲା। ଆଇଆଇସି ଅଫିସ ସମେତ ହାଜତ ମଧ୍ୟ ମାଟିରେ ମିଶିଛି। କେଉଁ କାରଣରୁ ବିସ୍ଫୋରଣ ହୋଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟି ହୋଇପାରିନାହିଁ। ଜବତ ହୋଇଥିବା ବିସ୍ଫୋରକ ଫୁଟି ଏହି ଅଘଟଣ ଘଟିଥିବା ଅନୁମାନ କରାଯାଉଛି। ଖବର ପାଇ ପୁରୀ ଏସ୍ଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦାରଖ କରୁଛନ୍ତି। ତଦନ୍ତ ପରେ ବିସ୍ଫୋରଣର କାରଣ ସ୍ପଷ୍ଟ ହେବ ବୋଲି ଏସ୍ଡିପିଓ ସୂଚନା ଦେଇଛନ୍ତି।
ବିସ୍ଫୋରଣରେ ମାଟିରେ ମିଶିଲା ବଳଙ୍ଗା ଥାନା
/sambad/media/post_attachments/wp-content/uploads/2021/09/Balanga-Police-Station-Blast_Thumbnail.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)