ଭୁବନେଶ୍ୱର : ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ ‘ବୟନ ଭବନ’ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୟନିକାର ପରିଚାଳନା ନିର୍ଦ୍ଦେଶକ ଶ୍ୟାମଭକ୍ତ ମିଶ୍ର ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସମେତ ନିର୍ଦ୍ଦେଶାଳୟର ପଦାଧିକାରୀମାନେ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବା ସହ ବକ୍ତବ୍ୟ ରଖିଥିଲେ। ୨୦୨୧-୨୨ ବର୍ଷରେ ବୟନିକା ନିଜର ପ୍ରତିଷ୍ଠିତ ବିକ୍ରୟ ଶାଖା ଏବଂ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ପ୍ରଦର୍ଶନୀରେ ଭାଗ ନେଇ ଓ ପ୍ରଦର୍ଶନୀର ଆୟୋଜନ କରି ୧୨୮.୮୫ କୋଟି ଟଙ୍କାର ବ୍ୟବସାୟ କରିଛି। ୨୦୨୨-୨୩ ବର୍ଷରେ ମୋଟ ୧୬୩.୯୦ କୋଟିର ବ୍ୟବସାୟ ଲକ୍ଷ୍ୟ ରଖାଯାଇଛି। ଏକ ହସ୍ତତନ୍ତ ସଂସ୍ଥା ହିସାବରେ ୧୨୮.୮୫ କୋଟିର ବ୍ୟବସାୟ କରିବା, ଓଡ଼ିଶା ହସ୍ତତନ୍ତ ଶିଳ୍ପ କ୍ଷେତ୍ରରେ ନିଶ୍ଚିତ ଭାବେ ଏକ ମାଇଲ୍ ଖୁଣ୍ଟ ବୋଲି ଏହି ଅବସରରେ ଅତିଥିମାନେ କହିଥିଲେ। ସୂଚନାଯୋଗ୍ୟ, ବୟନିକାର ସମସ୍ତ ବିକ୍ରୟ ଶାଖାରେ ମଧ୍ୟ ପ୍ରତିଷ୍ଠା ଦିବସ ଅବସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।
ବୟନିକାର ୬୬ତମ ପ୍ରତିଷ୍ଠା ଦିବସ
/sambad/media/post_attachments/wp-content/uploads/2022/05/m15-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)