ଚାନ୍ଦିପୁର: ଚାନ୍ଦିପୁରରେ ଥିବା ଅନ୍ତରୀଣ ପରୀକ୍ଷଣ ଘାଟିରୁ ବୁଧବାର ସୁପରସୋନିକ୍ କ୍ରୁଜ୍ ମିସାଇଲ୍ ବ୍ରହ୍ମୋସ୍ର ବ୍ୟାବହାରିକ ପରୀକ୍ଷଣ ହୋଇଯାଇଛି। ସକାଳ ୧୦ଟା ୨୭ରେ ଏହି ପରୀକ୍ଷଣ କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚ୍ ପ୍ୟାଡ୍ରୁ ଡିଆରଡିଓ ପକ୍ଷରୁ ହୋଇଥିବା ସୂଚନା ରହିଛି। ଭାରତ ଓ ରୁଷିଆର ମିଳିତ ଜ୍ଞାନକୌଶଳରେ ତିଆରି ହୋଇଥିବା କ୍ଷେପଣାସ୍ତ୍ର ବ୍ରହ୍ମୋସ ୪୦୦ କିଲୋମିଟର ପର୍ଯ୍ୟନ୍ତ ଶତ୍ରୁପକ୍ଷର ଲକ୍ଷ୍ୟଭେଦ କରିପାରିବ। ଏହି କ୍ଷେପଣାସ୍ତ୍ରକୁ ଉଭୟ ଜଳ ଓ ସ୍ଥଳଭାଗରୁ ନିକ୍ଷେପ କରାଯାଇପାରିବ।
India successfully test-fires the extended range BrahMos supersonic cruise missile which can hit targets at over 400 km range.
Test carried out under PJ-10 project of Defence Research and Development Organisation under which the missile was launched with an indigenous booster.
— ANI (@ANI) September 30, 2020
ଶବ୍ଦର ବେଗ ଠାରୁ ୩ ଗୁଣ ଅଧିକ ବେଗରେ ଗତି କରିପାରୁଥିବା ବ୍ରହ୍ମୋସ ମିସାଇଲରେ ଦୁଇଟି ଷ୍ଟେଜ ବିଶିଷ୍ଟ ଇଂଜିନ ବ୍ୟବହାର କରାଯାଇଛି। ୩ ହଜାର କିଲୋଗ୍ରାମ ପର୍ଯ୍ୟନ୍ତ ଉଭୟ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବହନ କ୍ଷମତା ରଖିଥିବା ଏହି କ୍ଷେପଣାସ୍ତ୍ର ସ୍ଥଳଭାଗରୁ ୪୫୦ କିଲୋମିଟର ୬୦୦ କିଲୋମିଟର ଲକ୍ଷ୍ୟଭେଦ କରିପାରୁଥିବା ବେଳେ ବାୟୁସେନାର ଯୁଦ୍ଧ ବିମାନରୁ ୪ଶହ କିଲୋମିଟର ପର୍ଯ୍ୟନ୍ତ ଟାର୍ଗେଟକୁ ଲକ୍ଷ୍ୟଭେଦ କରିପାରିବାର କ୍ଷମତା ରଖିଛି।
/sambad/media/post_attachments/wp-content/uploads/2020/09/913bebb0-afc5-405e-bb46-a31c5442e2b4-1-750x418-300x167.jpg)
ଘଣ୍ଟା ପ୍ରତି ୩ହଜାର ୪ଶହ କିଲୋମିଟରରୁ ୩ହଜାର ୭ଶହ କିଲୋମିଟର ବେଗରେ ଗତି କରିପାରୁଥିବା ସୁପର ସୋନିକ କ୍ରୁଜ଼ ମିଜାଇଲ ବ୍ରହ୍ମୋସକୁ ୨୦୦୬ ମସିହାରୁ ପ୍ରତିରକ୍ଷା ବିଭାଗରେ ବ୍ୟବହାର କରାଯାଉଛି। ଏହାର ଲମ୍ବ ୮.୪ ମିଟର, ମୋଟେଇ ୦.୬ ମିଟର ଓ ଓଜନ ୩ ହଜାର କିଲୋଗ୍ରାମ ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/09/1600184549_8532727_1600184436_9802923brahmos.jpg)