Image Courtesy of India TV News
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ବଳରାମପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ଏଥିରେ ଭାଇଭଉଣୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି।
ଘରେ ନିଆଁ ଲାଗି ଜୀବନ୍ତ ଜଳିଯାଇଛନ୍ତି ଭାଇଭଉଣୀ। ଏଥିରେ୧୧ ବର୍ଷୀୟା ଭଉଣୀ ଓ ୯ ବର୍ଷୀୟ ଭାଇର ମୃତ୍ୟୁ ହୋଇଛି। ଏହାଛଡ଼ା ଘରେ ଥିବା ବହୁତ ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଛି। ତେବେ ଘରେ କେମିତି ନିଆଁ ଲାଗିଲା ଜଣାପଡ଼ି ନାହିଁ।ଗ୍ରାମବାସୀଙ୍କ ପକ୍ଷରୁ ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରହିଥିବା ବେଳେ ଘଟଣାକୁ ନେଇ ଗ୍ରଆମରେ ଶୋକର ଛାୟା ଖେଳିଯାଇଛି।
Follow Us