ବୌଦ୍ଧ ପୁଣି ଉତ୍ତପ୍ତ ସହର

Advertisment

ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପ୍ରଭାବରେ ଆଗାମୀ ୩୬ ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ....

Updated On

ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପ୍ରଭାବରେ ଆଗାମୀ ୩୬ ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ....

ଅଦ୍ୟତନ ହୋଇଛି
temp

ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପ୍ରଭାବରେ ଆଗାମୀ ୩୬ ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାଦ୍ବାରା ଉପକୂଳ ଓଡ଼ିଶାରେ ଦିନର ତାପମାତ୍ରା ସାମାନ୍ୟ କମ ରହିବ। ତେବେ ପଶ୍ଚିମ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଦିନର ତାପମାତ୍ରା ପୁଣି ଥରେ ବୃଦ୍ଧି ପାଇବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ।

ଅନେକ ସ୍ଥାନରେ ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରି ଅଧିକ ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ସେପଟେ ୯ଟି ସହରର ତାପମାତ୍ରା ଆଜି ୪୦ ଡିଗ୍ରିରେ ପହଞ୍ଚିଛି। ରବିବାର ବୌଦ୍ଧରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଟିଟିଲାଗଡ଼, ଝାରସୁଗୁଡ଼ା ଓ ଅନୁଗୁଳରେ ୪୧, ସୋନପୁର ଓ ବଲାଙ୍ଗୀରରେ ୪୦.୮, ସମ୍ବଲପୁରରେ ୪୦.୬, ହୀରାକୁଦରେ ୪୦.୧, ପାରଳାଖେମୁଣ୍ଡିରେ ୪୦ ଡିଗ୍ରି ରହିଥିଲା। ଭୁବନେଶ୍ବର ଓ କଟକ ତାପମାତ୍ରା ପୁଣି ଥରେ ବଢ଼ିଛି। ଭୁବନେଶ୍ବରରେ ଆଜି ୩୮ ଡିଗ୍ରି ଓ କଟକ‌ରେ ତାପମାତ୍ରା ୩୭.୬ ଡିଗ୍ରି ରହିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe