ପ୍ରବାସୀ ଓଡ଼ିଆଙ୍କୁ ଧରି ଫେରୁଥିବା ବେଳେ କଟକ ଜିଲ୍ଲାର ଟାଙ୍ଗୀ ଥାନା ଅଞ୍ଚଳରେ ବସ୍ ଦୁର୍ଘଟଣାଗ୍ରସ୍ତ, ୨ ଗୁରୁତର, ୮ ଆହତ

କଟକ: ପ୍ରବାସୀ ଓଡ଼ିଆଙ୍କୁ ଧରି ଫେରୁଥିବା ବେଳେ ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାଯାଇଛି । କଟକ ଜିଲ୍ଲାର ଟାଙ୍ଗୀ ଥାନା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିବା ବେଳେ ୮ ଜଣ ଆହତ ହୋଇଥିବାର ଖବର ମିଳିଛି ।
ଟାଙ୍ଗୀ ଥାନା ଅନ୍ତର୍ଗତ ବନ୍ଦାଳ ନିକଟରେ ଏକ ଟ୍ରକ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ବେଳେ ଏହାକୁ ବସ୍ ଧକ୍କା ଦେଇଥିବା ଜଣାପଡ଼ିଛି । ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିବାବେଳେ ୮ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଟାଙ୍ଗୀ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିବା ସହିତ ଘଟଣାର ତଦନ୍ତ କରୁଥିବା ଜଣାଯାଇଛି ।
ପ୍ରାପ୍ତ ସୂଚନା ଅନୁଯାୟୀ, ତାମିଲନାଡୁରୁ କିଛି ଶ୍ରମିକଙ୍କୁ ନେଇ ଏକ ବସ୍‌‌ ଭଦ୍ରକ ଆସୁଥିବା ବେଳେ କଟକ ଜିଲ୍ଲାର ଟାଙ୍ଗୀ ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ଏମାନେ ସମସ୍ତେ ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଚାନ୍ଦବାଲି ଅଞ୍ଚଳର ବୋଲି ଜଣାପଡ଼ିଛି।

ସମ୍ବନ୍ଧିତ ଖବର