ପୁଣି ବଢ଼ିଲା ବସ୍‌ ଭଡ଼ା

Advertisment
‘ମୋ ବସ୍‌’ କର୍ତ୍ତୃପକ୍ଷ-ଘରୋଇ ବସ୍‌ ମାଲିକ ସଂଘ ମୁହାଁମୁହିଁ

Bhubaneswar Buzz

ଭୁବନେଶ୍ବର : ରାଜ୍ୟରେ ବସ୍‌ ଭଡ଼ା ପୁଣି ବୃଦ୍ଧି ପାଇଛି। ସାଧାରଣ ବସ୍‌ ଭଡ଼ା‌ କିଲୋମିଟର ପିଛା ୭୪ ପଇସା ଥିଲା ବେଳେ ଏବେ ତାହା ବୃଦ୍ଧି ପାଇ ୮୦ ପଇସା ହୋଇଛି। ସେହିପରି ଏକ୍ସପ୍ରେସ୍‌ ବସ୍‌ ବଡ଼ା ୭୭ରୁ ୮୪ ପଇସା, ଡିଲକ୍ସ ବସ୍‌ ଭଡ଼ା ୧ ଟଙ୍କା ୯ ପଇସାରୁ ୧ ଟଙ୍କା ୧୧ ପଇସା, ଏସି ଡିଲକ୍ସ ଭଡ଼ା ୧ ଟଙ୍କା ୩୧ ପଇସାରୁ ୧ ଟଙ୍କା ୩୯ ପଇସା ହୋଇଛି। ପ୍ରଥମ ଥର ପାଇଁ ସୁପର୍‌ ପ୍ରିମିୟମ୍‌ ବସ୍‌ ନିମନ୍ତେ ସ୍ବତନ୍ତ୍ର ଭାବେ ଦର ଧାର୍ଯ୍ୟ କରାଯାଇଛି। ଏହି ବସ୍‌ ଭଡ଼ା କିଲୋମିଟର ପିଛା ୨ ଟଙ୍କା ୧୭ ପଇସା କରାଯାଇଛି।

ଘରୋଇ ବସ୍‌ ମାଲିକ ସଂଘ ଦେବାଶିଷ ନାୟକଙ୍କ ସୂଚନା ଅନୁଯାୟୀ ରାଜ୍ୟରେ ୧୩ଟି ପାରାମିଟର୍‌ ନେଇ ବସ୍‌ ଭଡ଼ା ନିର୍ଦ୍ଧାରଣ ହୁଏ। ଡିଜେଲ୍‌ ଦର ହ୍ରାସ ଓ ବୃଦ୍ଧି ଅନୁଯାୟୀ ବସ୍‌ ଭଡ଼ା ନିର୍ଦ୍ଧାରଣ ବର୍ଷ ତମାମ ଆପେ ଆପେ ହୁଏ। ତେବେ ବର୍ଷକରେ ଥରେ ଅନ୍ୟ ୧୨ଟି ପାରାମିଟର୍‌କୁ ନେଇ ବସ୍‌ ଭଡ଼ା ନିର୍ଦ୍ଧାରଣ କରାଯାଏ। ଗତ ବର୍ଷ ମାର୍ଚ୍ଚ ମାସରେ ବିଭିନ୍ନ ପାରାମିଟର୍‌କୁ ବିଚାରକୁ ନେଇ ବସ୍‌ ଭଡ଼ା ବୃଦ୍ଧି କରିବାକୁ ଉଚ୍ଚ କ୍ଷମତ‌ା ସମ୍ପନ୍ନ କମିଟି ସୁପାରିସ୍‌ କରିଥିଲା। କୋଭିଡ୍‌ ପାଇଁ ତାହା ଲାଗୁ ହୋଇ ନ ଥିଲା। ପ୍ରାୟ ଏକ ବର୍ଷ ବିଳମ୍ବରେ ଏବେ ଲାଗୁ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe