ବ୍ରିଜ୍ ତଳକୁ ବସ୍ ଖସି ୫ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ-କେନ୍ଦ୍ରମନ୍ତ୍ରୀଙ୍କ ଶୋକ ପ୍ରକାଶ,ମୃତକଙ୍କ ପରିବାର ପାଇଁ ୩ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

ବ୍ରିଜ୍ ତଳକୁ ବସ୍ ଖସି ୫ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ-କେନ୍ଦ୍ରମନ୍ତ୍ରୀଙ୍କ ଶୋକ ପ୍ରକାଶ,ମୃତକଙ୍କ ପରିବାର ପାଇଁ ୩ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

ଯାଜପୁର: ଯାଜପୁର ଜିଲ୍ଲା କୁଆଖିଆ ନିକଟରେ ବାରବାଟୀ ଛକ ଅଞ୍ଚଳରେ ଏକ ଯାତ୍ରୀବାହୀ ବସ ବ୍ରିଜ୍ ତଳକୁ ଖସିବା ଘଟଣାରେ ୫ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏହା ସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଆହତଙ୍କ ଚିକତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

publive-image

ଏହି ଦୁଃଖଦ ଘଟଣାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯାଜପୁର କୁଆଖିଆ ନିକଟରେ ଘଟିଥିବା ମମର୍ନ୍ତୁଦ ବସ୍ ଦୁର୍ଘଟଣା ନେଇ ମୁଁ ଦୁଃଖିତ ଓ ମର୍ମାହତ। ଅମର ଆତ୍ମାର ସଦଗତି କାମନା କରୁଛି। ଏହା ସହିତ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି। ମହାପ୍ରଭୁଙ୍କ ପାଖରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe