ପଦ୍ମପୁର: ଶ୍ରୀଜିଉଙ୍କ ଦଶର୍ନ ସାରି ଫେରୁଥିବାବେଳେ ଅଘଟଣ ଘଟିଛି। ବରଗଡ଼ର ପଦ୍ମପୁର ବୁଡେନ ଥାନା ଅନ୍ତର୍ଗତ ସୁଲିଆ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସା ପାଇଁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ବସରେ ଥିବା ଯାତ୍ରୀ ମାନେ ପୁରୀରୁ ଜଗନ୍ନାଥ ଦର୍ଶନ ସାରି ପରେ ନୃସିଂହନାଥଙ୍କୁ ଦର୍ଶନ କରି ଛତିଶଗଡ଼ ବରୋଦା ଫେରିବାର କାର୍ଯ୍ୟକ୍ରମ ରହିଥିଲା । ତେବେ ସକାଳୁ ସକାଳୁ ବୁଡେନ ଥାନା ଅନ୍ତର୍ଗତ ସୁଲିଆ ନିକଟରେ ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିପଡିଥିଲା। ବସରେ ୫୦ ଯାତ୍ରୀ ଥିବା କୁହାଯାଉଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/04/n-1-3.jpg)