କଣ୍ଟାମାଳ: ବୌଦ୍ଧ ଜିଲ୍ଲାର ମନମୁଣ୍ଡା ଥାନା ଅନ୍ତର୍ଗତ ୫୭ ନଂ ଜାତୀୟ ରାଜପଥର ମସିଣାପଡ଼ା ଛକ ନିକଟରେ ଥିବା ବୁଲାଣିରେ ଭାରସାମ୍ୟ ହରାଇ ଡଲଫିନ ନାମକ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି।

Advertisment

publive-image

ମିଳିଥିବା ସୂଚନା ଅନୁଯାୟୀ, ବସଟି କଟକରୁ ରାୟପୁର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ବସରେ ମୋଟ ୩୫ ଜଣ ଯାତ୍ରୀ ବସିଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବାର ସୂଚନା ମିଳିଛି। ସୋନପୁର ଅଗ୍ନିଶମ ବିଭାଗ ପକ୍ଷରୁ ସେମାନଙ୍କୁ ଉଦ୍ଧାର କରାଯାଇ ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ମନମୁଣ୍ଡା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।