image source--hindustan times
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ଜଣାଯାଇଛି। ଏଥିରେ ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ସୁବର୍ଣ୍ଣରେଖା ନଦୀରେ ଏକ ଉଚ୍ଚ ସ୍ତରୀୟ ସେତୁ ନିର୍ମାଣ ପ୍ରସ୍ତାବକୁ ବି ଅନୁମୋଦନ ମିଳିଛି। ବାଲେଶ୍ବର ଜିଲ୍ଲାର ବାଲିଆପାଳ ଓ ଭୋଗରାଇ ବ୍ଲକକୁ ଏହି ସେତୁ ସଂଯୋଗ କରିବ। ଏଥିଲାଗି ୧୩୮ କୋଟି ୭୪ ଲକ୍ଷ ୪୮ ହଜାର ଟଙ୍କା ବ୍ୟୟବରାଦ କରାଯାଇଛି ଏବଂ ଏହାର ନିର୍ମାଣ କାର୍ଯ୍ୟ ୩୦ ମାସ ମଧ୍ୟରେ କାର୍ଯ୍ୟ ଶେଷ କରାଯିବ।
ଓଡ଼ିଶା ସ୍ଥାନୀୟ ପାଣ୍ଠି ସମୀକ୍ଷା ଅଧିନିୟମରେ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ପ୍ରସ୍ତାବିତ ବିଧେୟକ ମାଧ୍ୟମରେ ପଞ୍ଜିକୃତ ଟିକସଦାତା ଉପକୃତ ହେବେ । କର ପ୍ରଶାସକମାନେ ଜିଏସଟି କାର୍ଯ୍ୟକୁ ସୁଚାରୁ ରୂପେ ତୁଲାଇ ପାରିବେ ।
Follow Us