ଆଜି କ୍ୟାବିନେଟ୍ ବୈଠକ

Advertisment
ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ନବୀନ ନିବାସ ନ ଆସିବାକୁ ଅନୁରୋଧ

naveenpatnaik.in

ଭୁବନେଶ୍ବର: ବୁଧବାର ଦିନ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍‌ ପ୍ଲାଟ୍‌ଫର୍ମରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବ। ପାଖାପାଖି ୨୦ଟି ପ୍ରସ୍ତାବ କ୍ୟାବିନେଟ୍‌ର ଅନୁମୋଦନ ପାଇଁ ଉପସ୍ଥାପନ କରାଯିବ। ଏହା ମଧ୍ୟରେ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ଥିବା ଜଣାପଡ଼ିଛି। ମନ୍ତ୍ରୀମାନେ ଲୋକସେବା ଭବନ କିମ୍ବା ଜିଲ୍ଲା ମୁଖ୍ୟାଳୟରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କ୍ୟାବିନେଟ୍‌ ବୈଠକରେ ଭାଗ ନେବେ। ଆସନ୍ତା ୨୯ ତାରିଖରେ ନବୀନ ପଟ୍ଟନାୟକଙ୍କ ସରକାର ପଞ୍ଚମ ପାଳିର ତୃତୀୟ ବର୍ଷ ପୂରଣ କରୁଥିବାରୁ କ୍ୟାବିନେଟ୍‌ରେ କିଛି ବଡ଼ ଘୋଷଣା ହେବାର ସମ୍ଭାବନା ରହିଛି ବୋଲି ଚର୍ଚ୍ଚା ହେଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe