ଭୁବନେଶ୍ବର : ରାଜ୍ୟର ୧୦୬ଟି ଏନ୍ଏସି/ମ୍ୟୁନିସପାଲଟି ଏବଂ ୩ଟି ମହାନଗର ନିଗମରେ ୨୪ତାରିଖରେ ନିର୍ବାଚନ ହେବାକୁ ଥିବାରୁ ମଙ୍ଗଳବାର ସଂଧ୍ୟା ୫ଟାରୁ ପ୍ରଚାର ବନ୍ଦ ହେବ। ଏହାପରେ କୌଣସି ପ୍ରାର୍ଥୀ, ରାଜନୈତିକ ଦଳ କୌଣସି ପ୍ରକାରର ସଭାସମିତି, ପ୍ରଚାର ଆଦି କରିପାରିବେନି। ଯେଉଁ ଅଞ୍ଚଳରେ ନିର୍ବାଚନ ହେଉଥିବ ସେଠାରେ ବାହାର ଅଞ୍ଚଳର ରାଜନେତା ରହିବେ ନାହିଁ।
ସେହିପରି ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନ ହେଉଥିବା ସମସ୍ତ ସହରାଞ୍ଚଳରେ ୫ଦିନ ପାଇଁ ମଦ ବିକ୍ରି ଉପରେ ରୋକ୍ ଲାଗିଛି। ୨୨ତାରିଖ ସଂଧ୍ୟା ୫ଟାରୁ ୨୬ତାରିଖ ପର୍ଯ୍ୟନ୍ତ କୌଣସି ମଦ ଦୋକାନ, ରେସ୍ତୋରାଁ, ହୋଟେଲ, ତାରକା ହୋଟେଲ, କ୍ଲବରେ ମଦ ବିକ୍ରି ହୋଇପାରିବନି ବୋଲି କୁହାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/03/37-15.jpg)