ଭୁବନେଶ୍ୱର: ୨୦୧୭-୧୮ ଶିକ୍ଷାବର୍ଷରେ ରାଜ୍ୟର ୧୦ଟି ସରକାରୀ ବିଶ୍ୱବିଦ୍ୟାଳୟରେ ପ୍ରତିଷ୍ଠା ହେବ କ୍ୟାରିଅର କାଉନସେଲିଂ ସେଣ୍ଟର। ଏଥିପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୯୩ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। ରେଭେନ୍ସା ସମେତ ଫକୀରମୋହନ, ଉତ୍ତର ଓଡ଼ିଶା, ଗଙ୍ଗାଧର ମେହେର, ଖଲ୍ଲିକୋଟ ଏବଂ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଲାଗି ୧୨.୫୦ ଲକ୍ଷ ଟଙ୍କା ଲେଖାଏଁ ଦିଆଯାଇଛି। ଉତ୍କଳ ସମେତ ବ୍ରହ୍ମପୁର, ସମ୍ବଲପୁର ଏବଂ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଲାଗି ୪.୫ ଲକ୍ଷ ଟଙ୍କା ଲେଖାଏଁ ମିଳିବ। ଉଚ୍ଚଶିକ୍ଷା ନିର୍ଦେଶାଳୟ ପକ୍ଷରୁ ସମ୍ପୃକ୍ତ ଶିକ୍ଷାନୁଷ୍ଠାନଗୁଡ଼ିକୁ ଏହି ଅର୍ଥ ପ୍ରଦାନ କରାଯିବ। ୨୦୧୮ ଫେବୃଆରି ୨୮ ସୁଦ୍ଧା ମଞ୍ଜୁର ଅର୍ଥ ଖର୍ଚ୍ଚ କରିବାକୁ କୁହାଯାଇଛି। ଅନ୍ୟ କୌଣସି କ୍ଷେତ୍ରରେ ଏହି ଅର୍ଥ ଖର୍ଚ୍ଚ ହୋଇପାରିବ ନାହିଁ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ ଭାବେ କୁହାଯାଇଛି।
୧୦ ବିଶ୍ୱବିଦ୍ୟାଳୟରେ କ୍ୟାରିଅର କାଉନସେଲିଂ ସେଣ୍ଟର
/sambad/media/post_attachments/wp-content/uploads/2017/12/revenshaw.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)