କଟକ: କୋଣାର୍କ ମନ୍ଦିରର ସୁରକ୍ଷାକୁ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର ହୋଇଛି। ସମାଜସେବୀ ଅଚ୍ୟୁତାନନ୍ଦ ସ୍ୱାଇଁଙ୍କ ପକ୍ଷରୁ ରୁଜୁ ମାମଲାରେ ଦର୍ଶାଯାଇଛି ଯେ ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) କୋଣାର୍କ ସୂର୍ଯ୍ୟମନ୍ଦିରର ଉଚିତ ରକ୍ଷଣା ବେକ୍ଷଣ କରୁ ନାହିଁ। ଏଏସଆଇ ଓ ପୁରୀ-କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷ ମଧ୍ୟ କିଛି ପଦକ୍ଷେପ ନେଉ ନାହାନ୍ତି। କର୍ତ୍ତୃପକ୍ଷ ତୁରନ୍ତ ଏଥି ପ୍ରତି ଦୃଷ୍ଟି ଦେବା ଆବଶ୍ୟକ ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅନ୍ତର୍ଯ୍ୟାମୀ ସ୍ୱାଇଁ ମାମଲା ପରିଚାଳନା କରୁଛନ୍ତି। ମାମଲାରେ ମୁଖ୍ୟ ଶାସନ ସଚିବ, ଏଏସଆଇ, ପୁରୀ ଜିଲ୍ଲାପାଳ, ରାଜ୍ୟ ପର୍ଯ୍ୟଟନ ସଚିବ ଓ ପୁରୀ କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ପକ୍ଷଭୁକ୍ତ କରାଯାଇଛି।
କୋଣାର୍କ ମନ୍ଦିରର ସୁରକ୍ଷା ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା
/sambad/media/post_attachments/wp-content/uploads/2018/06/Odisha-High-Court-2.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)