ନିଯୁକ୍ତିରେ ଅନିୟମିତତା ମାମଲା: ପୂର୍ବତନ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ୨ବର୍ଷ ଜେଲ୍‌ ଦଣ୍ଡ

ମହିଳାଙ୍କ ଆତ୍ମହତ୍ୟା ଘଟଣା, ସ୍ବାମୀ ଜେଲ୍‌ ଗଲେ

Work of the World

ଭୁବନେଶ୍ବର: ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଆଜି ୧୨ବର୍ଷ ତଳର ଏକ ମାମଲାର ଶୁଣାଣି କରି ଗଜପତି ଜିଲ୍ଲା ରାୟଗଡ଼ା ଜଳସେଚନ ସର୍କଲର ପୂର୍ବତନ ଅଧୀକ୍ଷଣ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଦାସଙ୍କୁ ୨ବର୍ଷ ଜେଲ୍‌ ସହ ୫ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ହେଲେ, ଅଧିକ ୧ ମାସ ଜେଲ୍‌ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି। ଗତ ୨୦୧୧ ମସିହାରେ କନିଷ୍ଠ କିରାଣୀ ଓ ଅମିନ ନିଯୁକ୍ତିରେ ଅନିୟମିତତାରେ ପୂର୍ଣ୍ଣଚନ୍ଦ୍ରଙ୍କ ସଂପୃକ୍ତି ଥିବା ନେଇ ଅଭିଯୋଗ ହୋଇଥିଲା।

ସୂଚନା ମୁତାବକ, କନିଷ୍ଠ କିରାଣୀ ଓ ଅମିନ ନିଯୁକ୍ତିରେ ଯୋଗ୍ୟ ପ୍ରାର୍ଥୀଙ୍କୁ ବାଦ୍‌ ଦେଇ ଅନ୍ୟମାନଙ୍କୁ ନିଯୁକ୍ତି ଦିଆଯାଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ବ୍ରହ୍ମପୁର ଭିଜିଲାନ୍ସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଥିଲା। ଅନିୟମିତତା‌ରେ ପୂର୍ଣ୍ଣଚନ୍ଦ୍ରଙ୍କ ସମ୍ପୃକ୍ତି ଥିବା ତଦନ୍ତ ବେଳେ ଜଣାପଡ଼ିଥିଲା। ଭିଜିଲାନ୍ସ ତାଙ୍କୁ ଗିରଫ କରିବା ସହ ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିଥିଲା।
ସରକାରଙ୍କ ପକ୍ଷରୁ ସରକାରୀ ଓକିଲ ସୁରେନ୍ଦ୍ର ପଣ୍ଡା ମାମଲାର ପରିଚାଳନା କରୁଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe