Dharmendra Pradhan: କେନ୍ଦ୍ର ବଜେଟ୍ ଓଡ଼ିଶାକୁ ଆର୍ଥିକ ପ୍ରଗତିର ପେଣ୍ଠସ୍ଥଳୀ ଭାବେ ଗଢ଼ିତୋଳିବ: ଧର୍ମେନ୍ଦ୍ର

Advertisment

କେନ୍ଦ୍ର ବଜେଟ୍ ୨୦୨୬-୨୭ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଏହି ବଜେଟ୍‌ ଓଡ଼ିଶାକୁ ପୂର୍ବ ଭାରତର ଆର୍ଥିକ ପ୍ରଗତିର ପେଣ୍ଠସ୍ଥଳୀ ଭାବେ ଗଢ଼ିତୋଳିବା ପାଇଁ ଏକ ଶକ୍ତିଶାଳୀ ବ୍ଲୁପ୍ରିଣ୍ଟ ପ୍ରଦାନ କରିଛି।

କେନ୍ଦ୍ର ବଜେଟ୍ ୨୦୨୬-୨୭ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଏହି ବଜେଟ୍‌ ଓଡ଼ିଶାକୁ ପୂର୍ବ ଭାରତର ଆର୍ଥିକ ପ୍ରଗତିର ପେଣ୍ଠସ୍ଥଳୀ ଭାବେ ଗଢ଼ିତୋଳିବା ପାଇଁ ଏକ ଶକ୍ତିଶାଳୀ ବ୍ଲୁପ୍ରିଣ୍ଟ ପ୍ରଦାନ କରିଛି।

Untitled-7.jpg

ଭୁବନେଶ୍ବର: କେନ୍ଦ୍ର ବଜେଟ୍ ୨୦୨୬-୨୭ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଏହି ବଜେଟ୍‌ ଓଡ଼ିଶାକୁ ପୂର୍ବ ଭାରତର ଆର୍ଥିକ ପ୍ରଗତିର ପେଣ୍ଠସ୍ଥଳୀ ଭାବେ ଗଢ଼ିତୋଳିବା ପାଇଁ ଏକ ଶକ୍ତିଶାଳୀ ବ୍ଲୁପ୍ରିଣ୍ଟ ପ୍ରଦାନ କରିଛି। ଏଭଳି ଏକ ଭବିଷ୍ୟତବାଦୀ, ଯୁବଶକ୍ତି-କେନ୍ଦ୍ରିକ, ଜନହିତକର ଏବଂ ନିଯୁକ୍ତିଭିତ୍ତିକ 'କେନ୍ଦ୍ର ବଜେଟ୍ ୨୦୨୬-୨୭' ଉପସ୍ଥାପନ କରିଥିବାରୁ ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛି। ଏହି ବଜେଟ୍ ସବକା ସାଥ୍, ସବକା ବିକାଶ ମନ୍ତ୍ର ଉପରେ ଗୁରୁତ୍ୱ ଦେଇଛି, ଯାହା ଦ୍ୱାରା ଗରିବ ଏବଂ ମଧ୍ୟବିତ୍ତ ପରିବାରମାନେ ବିଶେଷ ଭାବରେ ଲାଭ ପାଇବେ।  

ବ୍ରାହ୍ମଣୀ ଓ ମହାନଦୀ ଦେଇ ତାଳଚେର-ଅନୁଗୁଳ ଠାରୁ ପାରାଦୀପ-ଧାମରା ପର୍ଯ୍ୟନ୍ତ ୫ ନମ୍ବର ଜାତୀୟ ଜଳପଥର ବିକାଶ ଏବଂ ରାଜ୍ୟରେ ନୂତନ 'ରେୟାର ଆର୍ଥ କରିଡର'ର ପ୍ରତିଷ୍ଠା ଓଡ଼ିଶାର ଶିଳ୍ପ ଓ ଖଣିଜ ଭିତ୍ତିଭୂମିକୁ ଏକ ନୂତନ ସ୍ତରକୁ ନେଇଯିବ। ପୂର୍ବୋଦୟ ରାଜ୍ୟଗୁଡ଼ିକ ପାଇଁ ଉଦ୍ଦିଷ୍ଟ 'ଇଷ୍ଟ-କୋଷ୍ଟ ଡେଭଲପମେଣ୍ଟ କରିଡର', ପୂର୍ବରେ ଦାନକୁନିରୁ ସୁରଟକୁ ସଂଯୋଗ କରୁଥିବା ନୂତନ ଫ୍ରେଟ୍ କରିଡର ଜରିଆରେ ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ନିଯୁକ୍ତି ଓ ବାଣିଜ୍ୟର ବ୍ୟାପକ ସୁଯୋଗ ସୃଷ୍ଟି ହେବ। ପୂର୍ବ ଭାରତରେ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ୍ ଡିଜାଇନ ପ୍ରତିଷ୍ଠା ରାଜ୍ୟର ଅଭିବୃଦ୍ଧିକୁ ଗତି ଦେବ।  

ଆହୁରି ପଢ଼ନ୍ତୁ: Rahul Demand about Air Pollution: ବାୟୁ ପ୍ରଦୂଷଣକୁ ‘ନ୍ୟାସନାଲ ହେଲଥ୍ ଏମରଜେନ୍ସି’ ଘୋଷଣା କରନ୍ତୁ ସରକାର, ଲୋକସଭାରେ ସଂସଦୀୟ ବିତର୍କ ଦାବି କଲେ ରାହୁଲ

ଶ୍ରୀ ପ୍ରଧାନ କହିଛନ୍ତି, ଏହି ବଜେଟ୍ ଓଡ଼ିଶାର ସାଧାରଣ ଜନତା, ଚାଷୀ, ମହିଳା, ଯୁବ, ଜନଜାତି ସମେତ ସବୁବର୍ଗଙ୍କୁ ଗୁରୁତ୍ୱ ଦେଉଥିବା ଏକ ଜନହିତକର ବଜେଟ୍। କେନ୍ଦୁପତ୍ର ବିକ୍ରେତାଙ୍କ ପାଇଁ ଟିସିଏସ ହାରକୁ ୫% ରୁ ୨% କୁ ହ୍ରାସ କରିବା ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ନଡ଼ିଆ, କାଜୁ ଓ କୋକୋ ଚାଷ ପାଇଁ ସ୍ୱତନ୍ତ୍ର ସହାୟତା ପ୍ରଦାନ କରିବା ସରକାରଙ୍କ ଗରିବ ଓ ଚାଷୀ କଲ୍ୟାଣର ପ୍ରତିବଦ୍ଧତାକୁ ଦର୍ଶାଉଛି। 

ଆହୁରି ପଢ଼ନ୍ତୁ: Tilak will Play Practice Match: ଟ୍ବେଣ୍ଟି-୨୦ ବିଶ୍ବକପ୍‌ ପୂର୍ବରୁ ଅଭ୍ୟାସ ମ୍ୟାଚ୍‌ ଖେଳିବେ ତିଳକ

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ମତ୍ସ୍ୟଜୀବୀ ସଂଗଠନଗୁଡ଼ିକୁ ଷ୍ଟାର୍ଟଅପ୍‌ ମାଧ୍ୟମରେ ବଜାର ସହ ଯୋଡିବା ସହିତ ଉପକୂଳବର୍ତ୍ତୀ ଅଞ୍ଚଳରେ ମତ୍ସ୍ୟ ଚାଷକୁ ସୁଦୃଢ଼ କରାଯିବ। ଏହି ପଦକ୍ଷେପ ଆମର ମତ୍ସ୍ୟଜୀବୀ ଭାଇଭଉଣୀମାନଙ୍କ ଆୟ ବୃଦ୍ଧି କରିବା ସହ ବ୍ଲୁ ଇକୋନୋମୀକୁ ଅଧିକ ସୁଦୃଢ଼ କରିବ। ଓଡ଼ିଶାର ଉପକୂଳ ଅଞ୍ଚଳରେ ଏହା ରୋଜଗାରର ନୂଆ ସୁଯୋଗ ସୃଷ୍ଟି କରିବ। ଓଡ଼ିଶାର ସମୁଦ୍ର କୂଳରେ ଭିତରକନିକା ପରି ସ୍ଥାନଗୁଡ଼ିକରେ 'ଟର୍ଟଲ ଟ୍ରେଲ୍ସ' ଭଳି ପ୍ରକଳ୍ପ ରାଜ୍ୟ ପର୍ଯ୍ୟଟନ ଶିଳ୍ପକୁ ଏକ ନୂତନ ପରିଚୟ ଦେବା ସହ ଅର୍ଥନୀତିକୁ ମଜଭୂତ କରିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe