ୟାସର କ୍ଷୟକ୍ଷତି ଆକଳନ ପାଇଁ ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍

Advertisment
ୟାସର କ୍ଷୟକ୍ଷତି ଆକଳନ ପାଇଁ ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍

ବାଲେଶ୍ୱର: ବାତ୍ୟା ୟାସର କ୍ଷୟକ୍ଷତି ଆକଳନ ପାଇଁ ବାଲେଶ୍ୱରରେ ପହଞ୍ଚିଲା କେନ୍ଦ୍ରୀୟ ଟିମ୍। କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବେ କେନ୍ଦ୍ରୀୟ ଟିମ୍। ଆଜି ଏନେଇ ଏସଆରସି ପିକେ ଜେନା ହୋଟେଲ ମେ ଫେୟାରରେ ଏକ ବୈଠକ କରିଥିଲେ। ଏଥିରେ ବାତ୍ୟା ୟସ କ୍ଷୟକ୍ଷତି ନେଇ କେନ୍ଦ୍ରୀୟ ଟିମକୁ ଅବଗତ କରାଯାଇଛି।

publive-image

କ୍ଷୟକ୍ଷତି ଆକଳନ କରିବା ପାଇଁ ଓଡ଼ିଶା ଆସିଛନ୍ତି ଆନ୍ତଃମନ୍ତ୍ରୀ ସ୍ତରୀୟ କେନ୍ଦ୍ରୀୟ ଟିମ୍ । ଏହି ଟିମର ନେତୃତ୍ୱ ନେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରଳାୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ନୱାଲ୍ । ଆଜି, ଏହି ଟିମ୍ ବାତ୍ୟାରେ ସର୍ବାଧିକ ପ୍ରଭାବିତ ହୋଇଥିବା ୪ଟି ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଦୁଇଟି ଭାଗରେ ବିଭକ୍ତ ହୋଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଂଜ ଗସ୍ତରେ ଯାଇ ଏହି ଟିମ୍ ବାତ୍ୟା କ୍ଷୟକ୍ଷତିର ଆକଳନ କରିବେ ଏହି ଟିମ୍ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe