ଶ୍ରୀଜଗନ୍ନାଥ ମନ୍ଦିର ଆଇନରେ ସଂଶୋଧନକୁ ଚାଲେଞ୍ଜ: ଜବାବ ଦାଖଲ ପାଇଁ ସରକାରଙ୍କୁ ୪ ସପ୍ତାହ ମହଲତ

Advertisment
ଖଣି ଅତିରିକ୍ତ ନିର୍ଦ୍ଦେଶକଙ୍କୁ ହାଇକୋର୍ଟରୁ ଜାମିନ

The New Indian Express

କଟକ: ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିକୁ ଶ୍ରୀଜିଉଙ୍କ ସଂପତ୍ତି ପରିଚଳାନା ପ୍ରସଂଗରେ ଅଧିକ କ୍ଷମତା ପ୍ରଦାନ ପାଇଁ ଆଇନରେ କରାଯାଇଥିବା ସଂଶୋଧନକୁ ଚାଲେଞ୍ଜ କରି ଦାୟର ଜନସ୍ବାର୍ଥ ମାମଲାରେ ଜବାବ ରଖିବାକୁ ରାଜ୍ୟ ସରକାର ଆଜି ସମୟ ଲୋଡିଛନ୍ତି। ଏଥିପାଇଁ ହାଇକୋର୍ଟ ଅନୁମତି ଦେବା ସହିତ ୪ ସପ୍ତାହ ଭିତରେ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ପୂର୍ବରୁ ଦାଖଲ କରାଯିବାକୁ ଥିବା ଜବାବ ଉପରେ ଆବେଦନକାରୀ ପ୍ରତିଜବାବ ଦାଖଲ କରିବେ। ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୧୯ରେ ହେବ। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଆର.କେ.ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଦିଲ୍ଲୀପ କୁମାର ବରାଳଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

୨୦୨୨, ମାର୍ଚ୍ଚ ୧୫ରେ ହାଇକୋର୍ଟ ଏହି ମାମଲାରେ ରାଜ୍ୟ ସରକାର, ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ, ଉପପ୍ରଶାସକ, ପରିଚାଳନା କମିଟି, ଦେବୋତ୍ତର କମିସନ ଓ ଅନ୍ୟମାନଙ୍କୁ ନୋଟିସ୍ ଜାରି କରି ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଶ୍ରୀଜଗନ୍ନାଥ ମନ୍ଦିର ଅାଇନ,୧୯୫୪ର ସଂ‌େଶାଧିତ ଧାରା ୧୬(୨) ଆଧାରରେ ଗ୍ରହଣ କରାଯାଉଥିବା ସମସ୍ତ ପଦକ୍ଷେପର ଭବିଷ୍ୟତ ମାମଲାର ଚୂଡ଼ାନ୍ତ ରାୟ ଉପରେ ନିର୍ଭର କରିବ ବୋଲି ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ। ଆଇନରେ ସଂଶୋଧନ ପରେ ନୂଆ ଧାରା ୧୬(୨) ଅନୁସାରେ କରାଯାଇଥିବା ସମସ୍ତ କାରବାରର ସବିଶେଷ ବିବରଣୀ ଜବାବରେ ପ୍ରତିପକ୍ଷ ଉଲ୍ଲେଖ କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଉଲ୍ଲେଖଯୋଗ୍ୟ ଯେ ଶ୍ରୀଜଗନ୍ନାଥଙ୍କ ସଂପତ୍ତିର ସୁରକ୍ଷାକୁ ଦୃଷ୍ଟିରେ ରଖି ଆଇନରେ କରାଯାଇଥିବା ଜାନୁଆରି ୯ର ସଂଶୋଧନକୁ ରଦ୍ଦ କରାଯାଉ ବୋଲି ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଛି। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ଅନୁପ କୁମାର ମହାପାତ୍ର ଓ ବିନ୍ଦୁସାର ସୁବୁଦ୍ଧି ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe