ତିନି ଦିନ ବର୍ଷା ସମ୍ଭାବନା

Advertisment
ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ଦୁଇ ଦିନ ହେଲା ଓଡ଼ିଶାରେ ବର୍ଷା ଲାଗିରହିଛି। ଗତକାଲି ସକାଳ ସାଢ଼େ ୮ଟାରୁ ଆଜି ପୂର୍ବାହ୍ନ ମଧ୍ୟରେ ରାୟଗଡ଼ାରେ ସର୍ବାଧିକ ୧୦୩ ମିମି ବର୍ଷା ହୋଇଛି। ଆଜି ଦିନ ସମୟରେ ଭବାନୀପାଟଣାରେ ୩୭.୨, ବରଗଡ଼ରେ ୩୪, ଅନୁଗୁଳରେ ୩୨.୬, ନବରଙ୍ଗପୁରରେ ୩୧, ରାୟଗଡ଼ାରେ ୨୪ ମିମି ବର୍ଷା ହୋଇଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ପୂର୍ବାହ୍ନ ସୁଦ୍ଧା ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଏବଂ ଉତ୍ତର, ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe