ଉପକୂଳରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

Advertisment
୪୮ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା

Deccan Herald

ଭୁବନେଶ୍ବର : ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। କାଁ ଭାଁ ସ୍ଥାନରେ ବଜ୍ରପାତର ଆଶଙ୍କା ରହିଛି। ତାହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୧ ଜିଲ୍ଲା ପାଇଁ‌ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଏବଂ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି।

ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚ୍‌ ଆର ବିଶ୍ବାସଙ୍କ ସୂଚନା ଅନୁଯାୟୀ ଓଡ଼ିଶାରେ ନିଅଣ୍ଟିଆ ବର୍ଷା ପରିମାଣ ବଢ଼ିବାରେ ଲାଗିଛି। ଆଜି ସୁଦ୍ଧା ୧୩ଟି ଜିଲ୍ଲାରେ ସ୍ବାଭାବିକ ଓ ୧୭ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଓଡ଼ିଶାରେ ସ୍ବାଭାବିକ ବର୍ଷା ୨୧% ନିଅଣ୍ଟିଆ ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ହେବାକୁ ଥିବାରୁ କିଛି ମାତ୍ରାରେ ଆଶ୍ବସ୍ତି ମିଳିପାରେ। ୧୯ ଓ ୨୦ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବା ନେଇ ଅନୁମାନ କରାଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜର ରାଇରଙ୍ଗପୁରଠାରେ ସର୍ବାଧିକ ୬ ସେମି ବର୍ଷା ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe