ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଝଡ଼ ବର୍ଷା ସମ୍ଭାବନା

Advertisment
୫ ସହରରେ କାଳବୈଶାଖୀ ବର୍ଷା: ୪୦° ଉପରେ ୯ ସହର

Odishasahasa

ଭୁବନେଶ୍ୱର: ବୁଧବାର ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ନୟାଗଡ଼, ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ଦେଖାଦେବ। ସ୍ଥାନେ ସ୍ଥାନେ କୁହୁଡ଼ିର ମାତ୍ରା ଏତେ ରହିବ ଯେ ଭୋର ସମୟରେ ରାସ୍ତା ଠିକ୍‌ ଭାବେ ଦୃଶ୍ୟମାନ ହେବ ନାହିଁ। ଏହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ୯ରୁ ୧୧ତାରିଖ ପର୍ଯ୍ୟନ୍ତ ଯଥାକ୍ରମେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହୋଇପାରେ। ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆସନ୍ତା ୩ ଦିନ ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରି ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ପଶ୍ଚିମା ଝଡ଼ ପ୍ରଭାବରେ ଫେବ୍ରୁଆରି ୯ ଓ ୧୦ରେ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ମଧ୍ୟମଧରଣର ବର୍ଷା, ଝଡ଼, ବଜ୍ରପାତ ଓ କୁଆପଥର ବୃଷ୍ଟି ହୋଇପାରେ। ଆସନ୍ତା ୧୦ ଓ ୧୧ତାରିଖରେ ଉପକୂଳବର୍ତୀ ଅଞ୍ଚଳରେ ଝଡ଼ ସହ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହେବ। ସୋମବାରଠାରୁ ଦିନ ଓ ରାତିର ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ଥିବା ବେଳେ ବର୍ଷା ଓ ଝଡ଼ ହେବା ଯୋଗୁଁ ରାତିର ତାପମାତ୍ରା କେତେକ ସ୍ଥାନରେ କମିବାର ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe