ଭୁବନେଶ୍ବର : ସକାଳୁଆ ସ୍କୁଲ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟରେ ପରିବର୍ତ୍ତନ କରାଯାଇଛି । ନବମ ଓ ଏକାଦଶ ଶ୍ରେଣୀ ପିଲାଙ୍କ ପାଇଁ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ । ସେହିପରି ଦଶମ ଓ ଦ୍ବାଦଶ ପିଲାଙ୍କ ପାଇଁ ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ । ଏ ସମ୍ପର୍କରେ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ଏବେ କେବଳ ନବମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ସ୍କୁଲ ଆସିବାକୁ ଅନୁମତି ଦିଆଯାଇଛି । ଗତ ୧ ତାରିଖରୁ ଏହି ୪ଟି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସକାଳୁଆ ସ୍କୁଲ ହେଉଛି । ନବମ, ଏକାଦଶ ପିଲାଙ୍କ ପାଇଁ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଚାଲୁଛି । ତେବେ ଦଶମ ଓ ଦ୍ବାଦଶ ପିଲାଙ୍କ ପାଇଁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବାକୁ ନେଇ ଅଭିଭାବକ ଓ ଛାତ୍ରଛାତ୍ରୀ ମହଲରେ ବିରୋଧ କରାଯିବା ପରେ ସରକାର ଏହି ସମୟରେ ପରିବର୍ତ୍ତନ କରିଥିବା ଜଣାପଡ଼ିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/03/school-1.jpg)