ତିନିଦିନିଆ ଓଡ଼ିଶା ଗସ୍ତରେ ଭୁବନେଶ୍ବର ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିସନର

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରୀୟ ନିର୍ବାଚନ ଆୟୋଗ ତିନି ଦନିଆ ଓଡିଶା ଗସ୍ତରେ ଆସିଛନ୍ତି। ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଓ ତାଙ୍କ ଟିମ ଓଡ଼ିଶାରେ ପହଞ୍ଚିଛନ୍ତି। ଓଡିଶାରେ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। ସେମାନେ ଇଭିଏମ୍‌ ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ।

ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ମୁଖ୍ୟ ନିର୍ବାଚନ ଅଧିକାରୀ, ଗୃହ ସଚିବ, ଉନ୍ନୟନ କମିସନ ଓ ସବୁ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି (ଶୁକ୍ରବାର) ବିଭିନ୍ନ ରାଜନୈତିକ ଦଳଗୁଡିକର ପ୍ରତିନିଧିଙ୍କ ସହ ଆଲୋଚନା କରିବେ। ସେହିପରି ୧୭ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କ ସହ ଆଲୋଚନା କରିବେ ନିର୍ବାଚନ କମିଶନର ଓ ତାଙ୍କ ଟିମ। ସମସ୍ତଙ୍କ ସହ ବୈଠକ ପରେ ଇସିଆଇ ୧୭ ତାରିଖ ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ କରିବା କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧିତ ଖବର