ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିସନର ଦାୟିତ୍ବ

ରାଜ୍ୟ ନିର୍ବାଚନ କମିସନର ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ତାଙ୍କୁ ସରକାର ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରିଛନ୍ତି...

madhusudan padhi

madhusudan padhi Photograph: (sambad.in)

ଭୁବନେଶ୍ବର:  ରାଜ୍ୟ ନିର୍ବାଚନ କମିସନର ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ତାଙ୍କୁ  ସରକାର ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରିଛନ୍ତି । 

ଭାରତର ସମ୍ବିଧାନର ଧାରା ‘୨୪୩-କେ’ର ଧାରା (୧) ଅନୁଯାୟୀ ଓଡ଼ିଶା ରାଜ୍ୟପାଳ ଡ. ହରିବାକୁ କୁମ୍ଭମପତି ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା ବିଜ୍ଞପ୍ତିରେ ପ୍ରକାଶ ପାଇଛି ।

ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧ ବ୍ୟାଚ୍ ଆଇଏଏସ୍ ଅଫିସର। ଦୀର୍ଘବର୍ଷର କ୍ୟାରିୟର ମଧ୍ୟରେ ମଧୁସୂଦନ ପାଦୀ ବିଭିନ୍ନ ପଦବୀରେ ଓଡ଼ିଶା ସରକାରଙ୍କ ପାଇଁ କାର୍ଯ୍ୟ କରିଥିଲେ।

Chief Election Commissioner Madhusudan Padhi
Chief Election Commissioner Madhusudan Padhi

ଅଧିକ ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ନିଯୁକ୍ତି

ସେ ପରିବହନ କମିସନର, ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ମୁଖ୍ୟ ସଚିବ ଭାବରେ ପ୍ରମୁଖ ପଦବୀରେ ଅବସ୍ଥାପିତ ହୋଇଥିଲେ। ସେ ଓମଫେଡ୍‌ର ପରିଚାଳନା ନିର୍ଦ୍ଦେଶକ, ଖାଦ୍ୟ ଯୋଗାଣ ବିଭାଗର ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରିଥିଲେ।

ଅଧିକ ପଢ଼ନ୍ତୁ: ମନୋଜ ଆହୁଜାଙ୍କୁ ଓଡ଼ିଶାର ମୁଖ୍ୟ ଆବାସିକ କମିସନର ଭାବେ ଅତିରିକ୍ତ ଦାୟିତ୍ବ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe