ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବୈଠକ

ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ଏସ. ଗୋପାଳନ (ଭା.ପ୍ର.ସେ) ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳମାନେ ଯେତେ ଶୀଘ୍ର ସମ୍ଭବ ସେତେ ଶୀଘ୍ର ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତି ଉପରେ ଗୁରୁତ୍ବାରୋପ କରିଛନ୍ତି....

Chief Electoral Officer meets with recognized political parties

Chief Electoral Officer meets with recognized political parties

ଭୁବନେଶ୍ୱର: ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ୧ ଜୁଲାଇ .୨୦୨୫କୁ ଯୋଗ୍ୟତା ତାରିଖ ଭାବେ ବିବେଚନା କରି ଓଡ଼ିଶାର-ନୂଆପଡ଼ା ବିଧାନସଭା ମଣ୍ଡଳୀର ଆସନ୍ନ ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ(ଏସଏସଆର) ସମ୍ପର୍କରେ ସୋମବାର ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ. ଗୋପାଳନ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳମାନେ ଯେତେ ଶୀଘ୍ର ସମ୍ଭବ ସେତେ ଶୀଘ୍ର ବୁଥ୍ ସ୍ତରୀୟ ଏଜେଣ୍ଟ ନିଯୁକ୍ତ କରି ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପ୍ରକ୍ରିୟାକୁ ତୃଣମୂଳସ୍ତରରେ ଅଧିକ କ୍ରିୟାଶୀଳ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରିଥିଲେ । 

ବୈଠକରେ ନୂଆପଡ଼ା ବିଧାନସଭା ମଣ୍ଡଳୀର ଚିଠା ଭୋଟର ତାଲିକାର ସଫ୍ଟ କପି ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ପ୍ରଦାନ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe