ଶିଶୁ ଓ ମହିଳାଙ୍କ ବିରୁଦ୍ଧରେ ଅପରାଧ ରୋକିବା ପାଇଁ ସ୍ବତନ୍ତ୍ର ଶାଖା : ୬୨ଟି ପଦବୀକୁ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

Advertisment
ଶିଶୁ ଓ ମହିଳାଙ୍କ ବିରୁଦ୍ଧରେ ଅପରାଧ ରୋକିବା ପାଇଁ ସ୍ବତନ୍ତ୍ର ଶାଖା : ୬୨ଟି ପଦବୀକୁ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

File Photo

ଭୁବନେଶ୍ବର: ଶିଶୁ ଓ ମହିଳାମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି । ମହିଳା ଓ ଶିଶୁମାନଙ୍କ ଉପରେ ହେଉଥିବା ନିର୍ଯାତନା ତଥା ସେହି ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୁଲିସରେ ଏକ ସ୍ବତନ୍ତ୍ର ଶାଖା ଖୋଲିବା ପାଇଁ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ ଆଜି ଏହି ସ୍ବତନ୍ତ୍ର ଶାଖା ପାଇଁ ୬୨ଟି ବିଭିନ୍ନ ପଦବୀ ମଞ୍ଜୁର କରିଛନ୍ତି । ଏଥିରେ ପୁଲିସ ବିଭାଗର ୬୦ଟି ପଦବୀ ସହିତ ସାଇବର୍ ଫରେନସିକ୍ ଏବଂ ଆଇଟି ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଧ୍ୟ ମଞ୍ଜୁର କରାଯାଇଛି। ଜଣେ ଆଇଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ବରେ ଏହି ଶାଖା ପରିଚାଳିତ ହେବ। ଏଥିରେ ଦୁଇ ଜଣ ଅତିରିକ୍ତ ଏସ୍.ପି, ୧୦ ଜଣ ଡ଼ି.ଏସ୍.ପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ସବ୍ ଇନ୍ସପେକ୍ଟର, ୮ ଜଣ ଏ.ଏସ୍.ଆଇ ଓ ୧୪ ଜଣ କନେଷ୍ଟବଳଙ୍କୁ ନିୟୋଜିତ କରାଯିବ। ଏହା ସହିତ ମନ୍ତ୍ରାଳୟର ୫ ପଦବୀକୁ ମଧ୍ୟ ମଞ୍ଜୁର କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe