Chief Minister bought tickets for India-England cricket match
ଭୁବନେଶ୍ବର: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃଆରୀ ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମ୍ୟାଚ୍ର ଟିକେଟ କିଣିଛନ୍ତି।
ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ କାର୍ଯ୍ୟକାରୀ ସଭାପତି ପଙ୍କଜ ମହାନ୍ତି, ସଂପାଦକ ସଞ୍ଜୟ ବେହେରା, ଅନୁଗୁଳ ବିଧାୟକ ତଥା ଆପେକ୍ସ କାଉନ୍ସିଲ ସଦସ୍ୟ ପ୍ରତାପ ପ୍ରଧାନ, ଓଡ଼ିଶା ଅଲିମ୍ପିକ ଆସୋସିଏସନର ସଂପାଦକ ଅଭିଜିତ ପାଲ୍, ପୂର୍ବତନ ବିଧାୟକ ଲଳିଟେନ୍ଦୁ ମହାପାତ୍ର ପ୍ରମୁଖ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମ୍ୟାଚ୍ର ପ୍ରଥମ ଟିକେଟ କିଣିଛନ୍ତି।
ଅଧିକ ପଢ଼ନ୍ତୁ: ରାଜ୍ୟ କ୍ୟାବିନେଟ୍ରେ ୧୦ ପ୍ରସ୍ତାବକୁ ଅନୁମୋଦନ
ଫେବୃଆରୀ ୯ ରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ଅର୍ନ୍ତଜାତୀୟ ଏକ ଦିବସୀୟ(ଓଡିଆଇ) ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ପ୍ରଥମ ଟିକେଟ କିଣିବା ପରେ ଖୁବ ଶୀଘ୍ର ଅନ୍ୟମାନଙ୍କ ପାଇଁ ଟିକେଟ ଉପଲବ୍ଧ ହେବ।
ଅଧିକ ପଢ଼ନ୍ତୁ: ଚର୍ଚ୍ଚାରେ ମହାକୁମ୍ଭକୁ ଆସିଥିବା ୧୦ବର୍ଷର ନାଗା ସାଧୁ
Follow Us