ବିଜୟରଞ୍ଜନ ସିଂହ ବରିହାଙ୍କ ବି‌ୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Advertisment
୪ ଜିଲ୍ଲାର ୫ଟି ଗ୍ରିଡ୍ ସବ୍‌ଷ୍ଟେସନ୍ ଲୋକାର୍ପିତ: ଅଯଥାରେ ବିଦ୍ୟୁତ୍‌ ନଷ୍ଟ କରନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟରଞ୍ଜନ ସିଂହ ବରିହାଙ୍କ ବି‌ୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଟୁଇଟରରେ ଲେଖିଛନ୍ତି, ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁରର ବିଜେଡି ବିଧାୟକ ବିଜୟରଞ୍ଜନ ସିଂହ ବରିହାଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ବିଜୟରଞ୍ଜନ ସିଂହ ବରିହା ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥା ଜଟିଳ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।

publive-imageକିଛିଦିନ ତଳେ ଅଚାନକ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯିବାରୁ ତାଙ୍କୁ ଭୁବନେଶ୍ବରରେ ଉକ୍ତ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ଅବନତି ପରିଲକ୍ଷିତ ହେଉଥିବାରୁ ଉତ୍ତମ ଚିକିତ୍ସା ନିମନ୍ତେ ଅନ୍ୟ କୌଣସି ବଡ଼ ଡାକ୍ତରଖାନାକୁ ନେବା ପାଇଁ ଚିନ୍ତା କରାଯାଉଥିବା ବେଳେ ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ତାଙ୍କର ଦେହାନ୍ତ ହୋଇଥିଲା। ତାଙ୍କ ବିୟୋଗରେ ପଦ୍ମପୁରରେ ଶୋକର ଛାୟା ଖେଳିଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe