୨୨ରୁ ୨୯ ଯାଏଁ ୫ ଜିଲ୍ଲା ଓ ୮ ସହର ‘ଲକ୍ ଡାଉନ୍’ ଘୋଷଣା ପରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ : ଘରେ ରହନ୍ତୁ, ସୁସ୍ଥ ରହନ୍ତୁ, ସୁରକ୍ଷିତ ରହନ୍ତୁ

ଭୁବନେଶ୍ବର:  କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଜନସାଧାରଣଙ୍କ ସୁରକ୍ଷା ପାଇଁ କିଛି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ବିଭିନ୍ନ ଅତ୍ୟନ୍ତ ଜରୁରୀ କାର୍ୟ୍ୟ ବ୍ୟତୀତ ବାକି ସମସ୍ତ କାର୍ୟ୍ୟ ସଂପୂର୍ଣ୍ଣ ଭାବେ ବନ୍ଦ ରହିବ। କେବଳ ଅତ୍ୟାବଶ୍ୟକୀୟ ଜିନିଷପତ୍ର ସଂଗ୍ରହ ପାଇଁ ଜନସାଧାରଣ ବାହାରକୁ ଯାଇ ପାରିବେ। କରୋନା ଭାଇରସର ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କହିଛନ୍ତି- ଘରେ ରହନ୍ତୁ, ସୁସ୍ଥ ରହନ୍ତୁ, ସୁରକ୍ଷିତ ରହନ୍ତୁ।  ନିମ୍ନରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣାର ମୁଖ୍ୟାଂଶ ପ୍ରଦାନ କରାଗଲା।

• ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ବର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ପ୍ରାୟ ସମ୍ପୂର୍ଣ୍ଣ (ନିୟର୍ ଟୋଟାଲ୍) ଲକ୍ ଡାଉନ୍ କରାଯିବ।
• ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ୟ୍ୟନ୍ତ (ନିୟର୍ ଟୋଟାଲ୍) ଲକଡାଉନ୍ ରହିବ।

• ଏହି ସମୟରେ କେବଳ ବସ୍‌, ଟ୍ରେନ୍‌ ଓ ବିମାନ ସେବା ସହିତ ସଉଦା ଦୋକାନ, ପରିବା ଦୋକାନ, ମାଛ, ମାଂସ, ଅଣ୍ଡା, ଚିକେନ୍‌, ପେଟ୍ରୋଲ ପମ୍ପ ଏବଂ ମେଡିସିନ୍‌ ଦୋକାନ ଆଦି ଖୋଲା ରହିବ। ଅତ୍ୟାବଶ୍ୟକ ଦ୍ରବ୍ୟର ତେଜରାତି ହୋଲସେଲ୍ ମଧ୍ୟ ଖୋଲା ରହିବ।
• ସେହିପରି ଏସବୁ ଅଞ୍ଚଳରେ ଡାକ୍ତରଖାନା, ବ୍ୟାଙ୍କ, ଏଟିଏମ୍, ମ୍ୟୁନିସ୍‌ପାଲଟି ସେବା, ପୋଲିସ, ଅଗ୍ନିଶମ ସେବା, ଠଡ୍ରାଫ୍, ପାନୀୟ ଜଳ ଓ ବିଦ୍ୟୁତ ସେବା ଆଦି ଜାରି ରହିବ। ପ୍ରଶାସନିକ କାର୍ୟ୍ୟାଳୟଗୁଡିକ ମଧ୍ୟ ଖୋଲା ରହିବ।
• ଉପରୋକ୍ତ ୫ ଗୋଟି ଜିଲ୍ଲା ଓ ୭ ଗୋଟି ସହରରେ ସାମାଜିକ ସୁରକ୍ଷା ପେନ୍‌ସନ ଓ ସାଧାରଣ ବଣ୍ଟନ ବ୍ୟବସ୍ଥାର ସାମଗ୍ରୀର ବିତରଣ କାର୍ୟ୍ୟ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି।
• ସ୍ଥାନୀୟ ପରିସ୍ଥିତିକୁ ଆକଳନ କରି ଜିଲ୍ଲାପାଳମାନେ ଯେ କୌଣସି ସେବା ଓ କ୍ଷେତ୍ରକୁ ବାଦ ଦେଇପାରିବେ ବା ଯୋଗ କରିପାରିବେ।
• ଘରୋଇ କମ୍ପାନୀ ମାନଙ୍କୁ ୱାର୍କ ଫ୍ରମ୍ ହୋମ୍ ବ୍ୟବସ୍ଥା ତୁରନ୍ତ କାର୍ୟ୍ୟକାରୀ କରିବା ପାଇଁ ପରାମର୍ଶ ଦିଆଯାଇଛି । ଯଦି ସେମାନେ ଏହା ନ କରନ୍ତି, ତେବେ ସେମାନଙ୍କର ବର୍ତ୍ତମାନର ବ୍ୟବସ୍ଥା ଚାଲୁ ରଖିବା ପାଇଁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ଠାରୁ ପ୍ରମାଣ ପତ୍ର ଆଣିବାକୁ ହେବ।
• କୋଭିଡ-୧୯କୁ ନିୟନ୍ତ୍ରଣ କରିବା ପାଇଁ ନିୟୋଜିତ ସମସ୍ତ ଘରୋଇ ସେବା ପ୍ରଦାନକାରୀଙ୍କୁ ଜରୁରୀକାଳୀନ ସେବାର ଅନ୍ତର୍ଭୁକ୍ତ କରାଗଲା ।
• ଲୋକଙ୍କ ସ୍ବାର୍ଥ ପାଇଁ ଏହି କଟକଣା କରାଯାଇଛି। ଏହାକୁ ଯିଏ ଭାଙ୍ଗିବାକୁ ଚେଷ୍ଟା କରିବ ତା ବିରୋଧରେ କଠୋର ପଦକ୍ଷେପ ନିଆଯିବ।

ସମ୍ବନ୍ଧିତ ଖବର