Freepressjournal
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୮ ତାରିଖରେ ଦିଲ୍ଲୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀ ରହଣି ସମୟରେ ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବା ସହ ଅନ୍ୟ କେନ୍ଦ୍ର ମନ୍ତ୍ରୀମାନଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚୁଡ଼ାନ୍ତ କାର୍ଯ୍ୟକ୍ରମ ସ୍ଥିର ହୋଇନାହିଁ। ମିଳିଥିବା ସୂଚନା ମୁତାବକ ଜୁନ ୯ ତାରିଖରେ ସେ ପ୍ରଧାନମନ୍ତ୍ରୀଙ୍କୁ ଭେଟିପାରନ୍ତି।
Follow Us