ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ ସହ ଅନ୍ୟ କେତେକ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିଲେ। ଓଡ଼ିଶାରେ ରେଳର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ ହେଉଥିବା ଯୋଗୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଥିଲେ। ଏହାଛଡ଼ା କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ ଲାଗି ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ର ଓଡ଼ିଶା ପାଇଁ ଆଉ ଦୁଇଟି ପୁରୀ- ରାଉରକେଲା ଏବଂ ଭୁବନେଶ୍ବର-ହାଇଦ୍ରାବାଦ ବନ୍ଦେ ଭାରତ ଏକ୍ସପ୍ରେସର ଚଳାଚଳ ଲାଗି ଦାବି କରିଥିଲେ। ଏହାଛଡ଼ା ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ଦାବିକୁ ପୁଣି ଦୋହରାଇଥିଲେ। ପୁରୀରେ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ କରାଯାଉ, ଆଗାମୀ ୩/୪ ବର୍ଷ ଭିତରେ ଏହି ଏୟାରପୋର୍ଟର କାମ ଶେଷ ହେଉ। ନିଜେ ପ୍ରଧାନମନ୍ତ୍ରୀ ପୁରୀ ବିମାନବନ୍ଦରର ଲୋକାର୍ପଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଥିଲେ।
ପୁରୀ ରେଳ ଷ୍ଟେସନରେ ଆୟୋଜିତ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଉଦଘାଟନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ଓ ଆଇଟିଡିସି ଅଧ୍ୟକ୍ଷ ଡାକ୍ତର ସମ୍ବିତ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ।
ଉଲ୍ଲେଖଯୋଗ୍ୟ, ଗୁରୁବାର ପୁରୀରୁ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିବେ। ବନ୍ଦେ ଭାରତ ଏକ୍ସପ୍ରେସ୍ ସହ ଓଡ଼ିଶାରେ ପ୍ରାୟ ୮ ହଜାର କୋଟିରୁ ଅଧିକ ମୂଲ୍ୟର ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ। ଏହି ଅବସରରେ ପୁରୀ ଓ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ପୁନଃବିକାଶ ହେଉଥିବା ଏହାବ୍ୟତୀତ ଓଡ଼ିଶାରେ ରେଳ ନେଟୱର୍କର ୧୦୦% ବିଦ୍ୟୁତୀକରଣକୁ ଲୋକାର୍ପଣ କରାଯିବାର କାର୍ଯ୍ୟକ୍ରମ ରହିଛି। ଏହା ଅପରେଟିଂ ଓ ରକ୍ଷଣାବେକ୍ଷଣ ମୂଲ୍ୟ ହ୍ରାସ କରିବା ସହ ଆମଦାନୀ ହେଉଥିବା ଅଶୋଧିତ ତୈଳ ଉପରେ ନିର୍ଭରଶୀଳତା କମିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/05/badbe1a8-9c70-4e98-a9f1-51874d9b9cfc.jpg)