ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଆଜି ଗାନ୍ଧୀ ଜୟନ୍ତୀ : ଲୋକସେବା ଭବନରେ ସ୍ୱରାଜ ବୃକ୍ଷରୋପଣ କଲେ ମୁଖ୍ୟମନ୍ତ୍ରୀ

Image Courtesy of DNA India

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି।

ଏହି ନୂତନ ପଦବୀ ଗୁଡ଼ିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍‌ପେକ୍ଟର (ଡବ୍ଲୁଟି)-୧, ସବ୍‌ଇନିସ୍‌ପେକ୍ଟର (ଡବ୍ଲୁଟି)-୨, ହାବିଲଦାର (ଡବ୍ଲୁଟି)-୪, କନେଷ୍ଟବଳ(ଡବ୍ଲୁଟି)-୧୩, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧ । ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ।
ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ଯ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି, ଯାହାକି ଆଉଟ ସୋର୍‌ସିଂ ଜରିଆରେ ପୂରଣ କରାଯିବ। ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍‌ସିଂ ପଦବୀ ସୃଷ୍ଟି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe