ଭୁବନେଶ୍ବର: ରାଜଧାନୀର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏଥିସହ ସେ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ଏହି ଅସବସରରେ ରାଜ୍ୟର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି କେ ପାଣ୍ଡିଆନଙ୍କ ସମେତ ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ ଦେଶର ଏହି ଅବସରରେ ଦେଶ ଓ ରାଜ୍ୟର ମହାପୁରୁଷଙ୍କର ସ୍ମୃତିଚାରଣ କରିଛନ୍ତି। ଦେଶ ପାଇଁ ବଳିଦାନ ଦେଇଥିବା ଶହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେ କହିଛନ୍ତି, ଦେଶ ଆଜାଦିକା ଅମୃତ ମହୋତ୍ସବ ପାଳନ କରୁଛି। ଏହା ଭାରତୀୟ ଭାବେ ଆମମାନଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଅନେକ କ୍ଷେତ୍ରରେ ରାଜ୍ୟ ଦେଶ ପାଇଁ ମାର୍ଗଦର୍ଶକ ହୋଇଛି। କ୍ରୀଡ଼ା କ୍ଷେତ୍ରରେ ଓଡ଼ିଶା ହବ୍ ପାଲଟିଛି। ଜନଜାତି ବର୍ଗର ବିକାଶ ପାଇଁ ଓଡ଼ିଶା ବହୁତ ଭଲ କାମ କରିଛି। ବିଗତ ୭୫ ବର୍ଷରେ ଓଡ଼ିଶା ଦେଶକୁ ଅନେକ କ୍ଷେତ୍ରରେ ରାସ୍ତା ଦେଖାଇଛି। ଖାଦ୍ୟ ବଳକା ଭାବେ ଦେଶରେ ଉଭା ହୋଇଛି ଓଡ଼ିଶା। ବିପର୍ଯ୍ୟର ମୁକାବିଲା କ୍ଷେତ୍ରରେ ସରା ବିଶ୍ବପାଇଁ ଆଦର୍ଶ ସୃଷ୍ଟି କରିଛି।
ଏହା ସହ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ‘ଅହିଂସା ରଥ’ର ରାଜ୍ୟବ୍ୟାପୀ ପରିକ୍ରମାର ଶୁଭାରମ୍ଭ କରିଛନ୍ତି ନବୀନ ପଟ୍ଟନାୟକ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/d2009d1d-e383-4634-84b1-7c8ea7e7146c.jpg)