କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Advertisment

କଳାହାଣ୍ଡି ବିଶ୍ବବିଦ୍ୟାଳୟ ‘ମା ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ’ ଭାବେ ନାମିତ

କଳାହାଣ୍ଡି ବିଶ୍ବବିଦ୍ୟାଳୟ ‘ମା ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ’ ଭାବେ ନାମିତ

କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା: କଳାହାଣ୍ଡିରେ ଗଡ଼ିଲା ଲକ୍ଷ୍ମୀ ବସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିଛନ୍ତି। କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ। କଳାହାଣ୍ଡି ବିଶ୍ବବିଦ୍ୟାଳୟ ପଡ଼ିଆରେ ଏହି ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବ ଏବଂ ବିକାଶର ଗାଡ଼ିକୁ ଆହୁରି ଜୋରରେ ଆଗକୁ ନେବ। ସାରା ରାଜ୍ୟରେ ଏହି ଯୋଜନାରେ ୧୦୦୦ଟି ବସ୍‌ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥିସହ ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ମା ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ ଭାବେ ନାମିତ କରିଥିଲେ।

ସୂଚନାଯୋଗ୍ୟ ଯେ ଲକ୍ଷ୍ମୀ ଯୋଜନାରୁ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା। ଯୋଜନାର ଶୁଭାରମ୍ଭ ପରେ ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାଇଥିଲେ ଏବଂ ସେଠାରେ ଏକ ବିକ୍ୟୁଏସ୍‌ ଫ୍ୟାସିଲିଟିର ଉଦ୍‌ଘାଟନ କରିଥିଲେ ।

ଆଜି ଦିନଟି କଳାହାଣ୍ଡିର ବିକାଶ ଯାତ୍ରାରେ ଏକ ବଡ଼ ମାଇଲ ଖୁଣ୍ଟ ଓ ବହୁତ ଆନନ୍ଦର ଦିନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ଏଠାରେ ୩୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ହେଲା। ଆଉ ୯୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖାଗଲା। ଏହା ଜିଲ୍ଲାର ବିକାଶ ଗତିକୁ ଆହୁରି ଜୋରଦାର କରିବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ଗାଁରେ ବସର ଅସୁବିଧା ବିଷୟରେ ଜାଣିବା ପରେ ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ବାରା ଆପଣଙ୍କର ପ୍ରତିଦିନର ଚିନ୍ତା ଦୂର ହେବ। ରାଜ୍ୟରେ ଚାଲିବ ଏକ ହଜାରରୁ ଅଧିକ ବସ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏଥିରେ ଆପଣଙ୍କ ଘର ପାଖକୁ ବସ ଆସିବ। ସମସ୍ତଙ୍କୁ ଯୋଡ଼ିବ। ପିଲାଙ୍କୁ ସ୍କୁଲ ସହିତ, ଚାଷୀକୁ ମାର୍କେଟ ସହିତ ଆଉ ମା’ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ।

କଳାହାଣ୍ଡିର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ। ଶିକ୍ଷା ,ସ୍ୱାସ୍ଥ୍ୟ ଯୋଗାଯୋଗ, ଭିତ୍ତିଭୂମି ଶିଳ୍ପ କୃଷି ସବୁ କ୍ଷେତ୍ରରେ ଉନ୍ନତି କଳାହାଣ୍ଡିବାସୀଙ୍କ  ସ୍ବପ୍ନକୁ ସାକାର କରିଛି। କଳାହାଣ୍ଡି ଆଜି ନିଜ ଇତିହାସକୁ ପରିବର୍ତ୍ତନ କରିଛି। ସଫଳତାର ନୂଆ କାହାଣୀ ଯୋଡ଼ିଛି। ବିକାଶର ଯାତ୍ରାରେ ଆଗକୁ ବଢ଼ିଛି। ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଦେଉଛି ବୋଲି ସେ କହିଥିଲେ।

ଇନ୍ଦ୍ରାବତୀ ପ୍ରୋଜେକ୍ଟ କଳାହାଣ୍ଡି ବିକାଶର ଇଞ୍ଜିନ ବୋଲି ମତଦେଇ ସେ କହିଥିଲେ ଯେ ଏହି ପ୍ରୋଜେକ୍ଟ କଳାହାଣ୍ଡିର ଚେହେରାକୁ ଉଜ୍ଜଳ କରିଛି। ଖୁବ୍ ଶୀଘ୍ର ଏଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ ହେବ। ସବୁ ପଞ୍ଚାୟତକୁ ମିଳିବ ପଚାଶ ଲକ୍ଷ ଟଙ୍କା। ଆମ ସଂସ୍କୃତି ଓ ଆଧୁନିକ ଭିତ୍ତିଭୂମି ପାଇଁ ଏହି ଟଙ୍କା ଖର୍ଚ୍ଚ ହେବ ବୋଲି ସେ କହିଥିଲେ। ସମସ୍ତଙ୍କ ସହଯୋଗରେ ଆଗାମୀ ଦିନରେ କଳାହାଣ୍ଡିର ବିକାଶ ଯାତ୍ରା ଆହୁରି ଆଗକୁ ଯିବ ବୋଲି ସେ ମତ ଦେଇଥିଲେ।

ଆଜି କଳାହାଣ୍ଡିରେ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ମଧ୍ୟ ଉଦ୍‌ଘାଟିତ ହେଇଥିଲା। ଏହି  ଅବସରରେ ମୁଖ୍ୟମନ୍ତ୍ରୀ ସହିଦ ରେଣ୍ଡୋ ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଜଳସଂପଦ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଯୋଗ ଦେଇ କହିଲେ ଯେ  ଲକ୍ଷ୍ମୀ ଯୋଜନା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଇତିହାସ ରଚନା କରିଛନ୍ତି। ଯେଉଁ ପଞ୍ଚାୟତଗୁଡ଼ିକରେ ଲୋକମାନେ ସ୍ବପ୍ନରେ ସୁଦ୍ଧା ପରିବହନ ସୁବିଧା ପାଇବେ ବୋଲି ଭାବି ନ ଥିଲେ, ଆଜି ସେମାନଙ୍କ ପାଇଁ ସୁନ୍ଦର ଆଧୁନିକ ବସ୍‌ ପରିବହନ ବ୍ୟବସ୍ଥା ଉପଲବ୍‌ଧ ହୋଇଛି।
ଏହି କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe