ଭୁବନେଶ୍ବର/ନୂଆଦିଲ୍ଲୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତା ୨୬ ତାରିଖରେ କେନ୍ଦ୍ର ଗୃ୍ହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ମାଓପ୍ରବଣ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଶ୍ରୀ ପଟ୍ଟନାୟକ ଯୋଗ ଦେବେ। ଏହି ‌ବୈଠକରେ ୧୦ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ରାଜ୍ୟ ସରକାରଙ୍କ ଦ୍ବାରା ମାଓ ମୁକାବିଲା ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଅବଗତ କରାଇବେ। ମାଓ ବିରୋଧୀ ଅଭିଯାନରେ ରାଜ୍ୟ ଉପରେ ବକେୟା ଗଡ଼ୁଥିବା ଅର୍ଥ ଛାଡ଼ କରିବା ସହ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ମୁଖ୍ୟମନ୍ତ୍ରୀ ବକ୍ତବ୍ୟ ରଖିବାର ସମ୍ଭାବନା ରହିଛି।