ଏବେ ମୋବାଇଲରେ ଜଳ ସମସ୍ୟାର ସମାଧାନ

୪ ଅନ୍‌ଲାଇନ୍ ସେବା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଚାଷୀ ଓ ବିଭାଗକୁ ଏକାଠି କଲା ୫ଟି କାର୍ଯ୍ୟକ୍ରମ

ଭୁବନେଶ୍ୱର : ୫-ଟି କାର୍ଯ୍ୟକ୍ରମକୁ ଆଜି ଚାଷୀ ଓ ଜଳସଂପଦ ବିଭାଗ ସହ ଯୋଡାଯାଇଛି। ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀ ଜଳସେଚନ ସମସ୍ୟା ସଂପର୍କରେ ଏବେ ସିଧାସଳଖ ଜଳସଂପଦ ବିଭାଗକୁ ଜଣାଇପାରିବେ। ଜଳସେଚନ ସମସ୍ୟା ପାଇଁ ଚାଷ କାମ ଛାଡି ଆଉ ଚାଷୀକୁ ଅଫିସକୁ ଦୌଡିବାକୁ ଦରକାର ହେବ ନାହିଁ। ଆଜି ମୁଖ୍ୟମନ୍ତ୍ରୀ ଏଥପାଇଁ ଅନ୍‌ଲାଇନ ଅଭିଯୋଗ ପରିଚାଳନା ବ୍ୟବସ୍ଥା “ସେଚ ସମାଧାନ” ବ୍ୟବସ୍ଥାର ଆରମ୍ଭ କରିଛନ୍ତି।

କେବଳ ସେତିକି ନୁହେଁ, ବିଜୁ କୃଷକ ଯୋଜନାରେ ଗୋଷ୍ଠୀ ଉଠା ଜଳସଚେନ ପ୍ରକଳ୍ପ ପାଇଁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା, ଶିଳ୍ପସଂସ୍ଥା ମାନଙ୍କ ପାଇଁ ଜଳ ଆବଣ୍ଟନ ଆବେଦନ ପକ୍ରିୟା ଏବଂ ବ୍ୟାବସାୟିକ ଓ ଅନ୍ୟ ସଂସ୍ଥା ପାଇଁ ଆବେଦନ ପୋର୍ଟାଲ ଏହିପରି ୪ଟି ଅନ୍‌ଲାଇନ ସେବା ଆରମ୍ଭହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀମାନେ ହେଉଛନ୍ତି ଜଳସଂପଦ ବିଭାଗର ସର୍ବବୃହତ ହିତାଧିକାରୀ। ତେଣୁ ଏହି ଅନ୍‌ଲାଇନ ସେବା ଚାଷୀମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ ଦିଗରେ ବିଶେଷ ସହାୟକ ହେବ। ଏହାସହିତ ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଦ୍ବାରା ବିଭାଗକୁ ଅଧିକ ଉତ୍ତରଦାୟୀ ଓ ସ୍ବଚ୍ଛ କରାଯାଇପାରିବ। ଆଜି ଯେଉଁ ଚାରିଟି ସେବା ଆରମ୍ଭ ହେଲା, ତା ଦ୍ବାରା ଲୋକଙ୍କୁ ନିଜ ଘର ପାଖରେ ସରକାରୀ ସେବା ଯୋଗାଇବା ପାଇଁ ଥିବା ଲକ୍ଷ୍ୟ ପୂରଣ ହୋଇପାରିବ। ତେବେ ଏ ସଂକ୍ରାନ୍ତରେ ଅଧିକ ଜନସଚେତନତା ଊପରେ ସେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ଜଳସଂପଦ ବିଭାଗ ପକ୍ଷରୁ ଅନ୍ୟତମ ୫-ଟି ଲକ୍ଷ୍ୟ ଡିଜିଟାଲ ମଷ୍ଟର ରୋଲ୍‌ ପ୍ରସ୍ତୁତି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଜଳସଂପଦ ତଥା ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ପ୍ରମୁଖ ସଚିବ ଅନୁ ଗର୍ଗ ଭାଗ ନେଇ ନିଜର ବକ୍ତବ୍ୟ ରଖିଥିଲେ ଏବଂ ବିଭାଗୀୟ ଯନ୍ତ୍ରୀମୁଖ୍ୟ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିସନର, କୃଷି ବିଭାଗର ପ୍ରମୁଖ ସଚିବ, ଶିଳ୍ପ ବିଭାଗର ପ୍ରମୁଖ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ପ୍ରମୁଖ ଉପସ୍ଥିତ ଥିଲେ।

ଉଲ୍ଲେଖଥାଉକି, ଆଜି ଲୋକାର୍ପିତ ଅନ୍‌ ଲାଇନ ଅଭିଯୋଗ ପରିଚାଳନା ବ୍ୟବସ୍ଥା ସେଚ ସମାଧାନ ଏକ ଦ୍ବିଭାଷୀୟ ମୋବାଇଲ ଆପ୍‌ େବାଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ପଦ୍ଧତିରେ ଚାଷୀ ଜଳସଂପଦ ବିଭାଗ ଅଫିସକୁ ନ ଆସି ତାଙ୍କ ଅଭିଯୋଗ ଫଟୋ ବା ଭିଡିଓ ମୋବାଇଲ ଜରିଆରେ ପଠାଇଲେ, ତାଙ୍କୁ ଅଭିଯୋଗର ସ୍ଥିତି ସଂପର୍କରେ ଏସ୍‌ଏମ୍‌ଏସ୍‌ ଜରିଆରେ ସୂଚନା ଦିଆଯିବ ଏବଂ ସମସ୍ୟାର ସମାଧାନ ପାଇଁ ତ୍ବରିତ ପଦକ୍ଷେପ ଗ୍ରହଣ କରାଯାଇପାରିବ।

ସେହିପରି ବିଜୁ କୃଷକ ବିକାଶ ଯୋଜନାରେ ଗୋଷ୍ଠୀ ଉଠା ଜଳସେଚନ ପ୍ରକଳ୍ପ ପାଇଁ ହୋଇଥିବା ଅନ୍ ଲାଇନ୍ ଆବେଦନ ପ୍ରକ୍ରିୟା ଦ୍ବାରା ଚାଷୀମାନେ ସରକାରୀ ଅଫିନ ନ ଆସି, ନିଜ ମୋବାଇଲ ଫୋନ୍‌, କମ୍ପ୍ୟୁଟର କିମ୍ବା ଜନସେବା କେନ୍ଦ୍ରରୁ ଆବେଦନ କରିପାରିବେ। ସେହିପରି ଶିଳ୍ପ କ୍ଷେତ୍ରକୁ ଜଳ ଆବଣ୍ଟନ ପାଇଁ ଜଳସଂପଦ ବିଭାଗ ତରଫରୁ ଗୋ ସ୍ବିଫ୍ଟ ପୋଟାର୍ଲକୁ ବିକଶିତ କରାଯାଇଛି। ଏହା ଜରିଆରେ ସେମାନେ ଅନ୍‌ ଲାଇନ ଆବେଦନ କରିପାରିବେ। ବାଣିଜ୍ୟିକ ଓ ଅନ୍ୟ ସଂସ୍ଥା ପାଇଁ ଜଳ ଆବେଣ୍ଟନ ପାଇଁ ମଧ୍ୟ ଜଳସଂପଦ ବିଭାଗ ତରଫରୁ ଅନ୍‌ଲାଇନ ପୋର୍ଟାଲ water allocationod.nic.in ବିକଶିତ କରାଯାଇଛି େବାଲି ଜଳସଂପଦ ବିଭାଗ କହିଛି।

ଏହା ଜରିଆରେ ଆବେଦନକରୀ ମାନଙ୍କୁ ଜଳର ଆବଣ୍ଟନ, ପରିମାଣ ହ୍ରାସ ବୃଦ୍ଧି ଇତ୍ୟାଦି ବିଷୟରେ ବିଭାଗ ତରଫରୁ ଅବଗତ କରାଯାଇପାରିବ।

ସମ୍ବନ୍ଧିତ ଖବର