୪ ଜିଲ୍ଲାର ମିସନ ଶକ୍ତି ମା’ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ୭୫ତମ ସ୍ବାଧୀନତା ଦିବସ ଉପଲକ୍ଷେ ଜାତୀୟ ପତାକା ତିଆରି ଦାୟିତ୍ବରେ ଥିବା ୪ଟି ଜିଲ୍ଲା ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରର ମିସନ୍‌ ଶକ୍ତି ଗୋଷ୍ଠୀର ମା’ମାନେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ଧାର୍ଯ୍ୟ ସମୟ ମଧ୍ୟରେ ଜାତୀୟ ପତାକା ତିଆରି କରି ଦେଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତ ମା’ମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିସନ ଶକ୍ତି ମା’ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଆସ୍ଥା ରଖି ଜାତୀୟ ପତାକା ପ୍ରସ୍ତୁତ ପରି ଏକ ଗୁରୁଦାୟିତ୍ବ ଅର୍ପଣ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିସନ ଶକ୍ତି ମା’ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

ସମ୍ବନ୍ଧିତ ଖବର