ବଜେଟ ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଭବନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଏକ ସୌଜନ୍ୟ ମୂଳକ ସାକ୍ଷତ କରିଛନ୍ତି। ବଜେଟ ଅଧିବେଶନ ପ୍ରଥମ ଦିନରେ ରାଜ୍ୟପାଳ ନିଜର ଅଭିଭାଷଣ ରଖିବେ...

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଭବନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରୁଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଭବନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରୁଛନ୍ତି Photograph: (sambad.in)

ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଭବନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଏକ ସୌଜନ୍ୟ ମୂଳକ ସାକ୍ଷତ କରିଛନ୍ତି। ବଜେଟ ଅଧିବେଶନ ପ୍ରଥମ ଦିନରେ ରାଜ୍ୟପାଳ ନିଜର ଅଭିଭାଷଣ ରଖିବେ। ସେ ରାଜ୍ୟର ବିକାଶ ଓ ଅଭିବୃଦ୍ଧିର ଚିତ୍ର ରଖିବେ। ଆଗାମୀ ଦିନରେ ରାଜ୍ୟ ସରକାରଙ୍କ ବିକଶିତ ଓଡିଶାର ନକ୍ସା ମଧ୍ୟ ଉପସ୍ଥାପନ କରି‌ବେ। 

ଆସନ୍ତାକାଲି ୧୩ ଫେବ୍ରୁୟାରିଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ବଜେଟ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିଛି। 

ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ।

ଫେବ୍ରୁଆରି ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିବେ।

ଫେବ୍ରୁଆରି ୧୩ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହେବ। ଫେବ୍ରୁଆରି ୧୪ ଓ ୧୫ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆସିଥିବା ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। 

ଅଧିକ ପଢ଼ନ୍ତୁ: ମୋଦୀଙ୍କ ଆମେରିକା ଗସ୍ତ ଉପରେ ସାରା ଦେଶର ନଜର

ମାର୍ଚ୍ଚ ୭ ତାରିଖରେ ବିଭିନ୍ନ ବିଭାଗୀୟ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ ହେବ। ମାର୍ଚ୍ଚ ୧୦ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ବଜେଟ୍ ଉପରେ ଆଲୋଚନା ହେବ। ମାର୍ଚ୍ଚ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବ।

ଅଧିକ ପଢ଼ନ୍ତୁ: ଆସନ୍ତାକାଲିଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe