ଭୁବନେଶ୍ବର: ପୁରୀର ବାଣ ଦୁର୍ଘଟଣାରେ ଆହତମାନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ସମ୍ ଅଲ୍ଟିମେଟ୍ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ମଧ୍ୟ ଆଲୋଚନା କରି ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ ପରାମର୍ଶ ଦେଇଥିଲେ। ଆହତମାନଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଭେଟିଥିଲେ। ପୁରୀ ବାଣ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସ୍ବତନ୍ତ୍ର ରିଲିଫ୍ କମିସନର୍ ଏହାର ତଦନ୍ତ କରିବେ। ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ମଧ୍ୟ ଘୋଷଣା କରାଯାଇଛି।
ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଏସ୍ଆର୍ସି ତଦନ୍ତ କରିବେ
/sambad/media/post_attachments/wp-content/uploads/2024/05/ffhssfhfhh.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)